ପଦ୍ମପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପଦ୍ମପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପଦ୍ମପୁର: ପଦ୍ମପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ କରିବେ ପ୍ରଚାର । ଗୋଟିଏ ଦିନରେ ତିନିଟି ସମାବେଶ କରିବେ ବିଜେଡ଼ି ସୁପ୍ରିମୋ । ପାଇକମାଳ, ଝାରବନ୍ଧ ଓ ପଦ୍ମପୁରରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭା କରିବାର ରହିଛି କାର୍ଯ୍ୟକ୍ରମ । ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହାଙ୍କ ପାଇଁ ଭୋଟ୍ ଅପିଲ୍ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସାଧାରଣ ସଭାରେ ବିପୁଳ ଜନ ସମାଗମ ହେବାର ସମ୍ଭାବନା ରହିଛି । ଏଥିପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସଭାସ୍ଥଳରେ କାରକେଡ, ସଭାମଞ୍ଚ ଏବଂ ଭିଆଇପିଙ୍କ ସୁରକ୍ଷା ସହିତ ଜନସାଧାରଣଙ୍କ ସୁରକ୍ଷା ଏବଂ ଜରୁରୀକାଳୀନ ସେବା ପାଇଁ ବ୍ୟବସ୍ଥା କରାଯାଇଛି

CM Naveen Patnaik

ସୂଚନା ଅନୁସାରେ, ଦିନ ୧୨ଟା ୩୦ରେ ପାଇକମାଳ ହାଇସ୍କୁଲ ପଡିଆରେ ଆୟୋଜିତ ହୋଇଥିଲା ସାଧାରଣ ସଭାରେ ପ୍ରଚାର କରିବେ । ଅପରାହ୍ନ ୩ଟା ୩୦ରେ ପଦ୍ମପୁର ହାଇସ୍କୁଲ ପଡ଼ିଆରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ୪ଟା ୨୫ରେ ସତୀଭଟ ଏୟାରଷ୍ଟ୍ରିପରେ ପହଞ୍ଚି ସେଠାରୁ ଫେରି ୫ଟା ୨୦ରେ ଭୁବନେଶ୍ୱର ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ନେଇ ସୂଚନା ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାରକୁ ନେଇ ବିଜେଡି ଶିବିର ବେଶ୍ ଉତ୍ସାହିତ ।

ଅନ୍ୟପଟେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ମଧ୍ୟ ଆଜି ପଦ୍ମପୁରରେ ପ୍ରଚାର କରୁଛନ୍ତି । ପ୍ରଥମେ ପଦ୍ମପୁର ନିର୍ବାଚନ ମଣ୍ତଳୀ ଅନ୍ତର୍ଗତ ଭେଉଁରିଆରେ ପ୍ରଚାର କଲେ । ସାଂସଦ ସୁରେଷ ପୂଜାରୀ, ପ୍ରାର୍ଥୀ ପୁରୋହିତ ମଧ୍ୟ ଉପସ୍ଥିତ ଅଛନ୍ତି । ଆଜି ଭୁବନେଶ୍ୱରରୁ ଟ୍ରେନ୍ ଯୋଗେ ପଦ୍ମପୁରରେ ପହଁଚିଛନ୍ତି ଅପରାଜିତା ଷଡ଼ଙ୍ଗୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+