ପଞ୍ଚାୟତ ନିର୍ବାଚନ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା: ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ୧୨୬ ସରପଞ୍ଚ
ପଞ୍ଚାୟତ ନିର୍ବାଚନ ପାଇଁ ଆସିଲା ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା । ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଛନ୍ତି ୧୨୬ଜଣ ସରପଞ୍ଚ । ସେହିପରି ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଛନ୍ତି ୩୨୬ ଜଣ ସମିତି ସଭ୍ୟ ପ୍ରାର୍ଥୀ, ଏବଂ ଜଣେ ଜିଲ୍ଲା ପରିଷଦ ପ୍ରାର୍ଥୀ
ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ଆସିଲା ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା । ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଛନ୍ତି ୧୨୬ଜଣ ସରପଞ୍ଚ । ସେହିପରି ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଛନ୍ତି ୩୨୬ ଜଣ ସମିତି ସଭ୍ୟ ପ୍ରାର୍ଥୀ, ଏବଂ ଜଣେ ଜିଲ୍ଲା ପରିଷଦ ପ୍ରାର୍ଥୀ ।

ସେହିପରି ବିନା ଲଢେଇରେ ନିର୍ବାଚିତ ହୋଇଛନ୍ତି ୩୬ ହଜାର ୫୨୩ ଜଣ ୱାର୍ଡମେମ୍ବର ପ୍ରାର୍ଥୀ । କମିଶନ ଏସବୁ ସ୍ଥାନରେ ଥିବା ପ୍ରାର୍ଥୀଙ୍କୁ ନିର୍ବାଚିତ ଘୋଷଣା କରିଛନ୍ତି । ତେବେ ଢିଙ୍କିଆରେ ଚଳିତବର୍ଷ ବଦଳରେ ଆସନ୍ତାବର୍ଷ ହେବ ପଞ୍ଚାୟତ ନିର୍ବାଚନ । ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଏନେଇ ସୂଚନା ମିଳିଛି ।
ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ରନାଥ ସାହୁଙ୍କ ଦ୍ୱାରା ଜାରି ସୂଚନା ଅନୁସାରେ ୨୦୨୨ ପଞ୍ଚାୟତ ନିର୍ବାଚନରେ ମୋଟ ୯୧୮୯୦ଟି ୱାର୍ଡମେମ୍ବର, ୬୭୯୩ଟି ସରପଂଚ ଓ ୬୭୯୩ଟି ପଂଚାୟତ ସମିତି ସଭ୍ୟ ଏବଂ ୮୫୩ଟି ଜିଲ୍ଲା ପରିଷଦ ସଭ୍ୟ ଆସନରେ ନିର୍ବାଚନ ହେଉଛି । ତେବେ ପ୍ରାୟ ୩୯ ପ୍ରତିଶତ ୱାର୍ଡମେମ୍ବର ଆସନରେ କୌଣସି ପ୍ରତିଦ୍ୱନ୍ଦ୍ୱିତା ହୋଇନାହିଁ । ଗତକାଲି ପ୍ରାର୍ଥୀପତ୍ର ପ୍ରତ୍ୟାହାର ସହ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଜାରି ହୋଇଛି ତଥା ପ୍ରାର୍ଥୀମାନଙ୍କୁ ନିର୍ବାଚନୀ ଚିହ୍ନ ମଧ୍ୟ ଆବଣ୍ଟିତ ହୋଇଛି ।
ପଞ୍ଚାୟତ ନିର୍ବାଚନରେ ଚଳିତଥର ମୋଟ ୨ଲକ୍ଷ ୨୯ହଜାର ୦୬୨ଜଣ ପ୍ରାର୍ଥୀ ବିଭିନ୍ନ ପଦବୀ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିଥିଲେ । ରାଜ୍ୟର ମୋଟ ୨କୋଟି ୭୯ଲକ୍ଷ ୩୫ହଜାର ୫୨୫ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ ।
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications