ପଞ୍ଚାୟତ ନିର୍ବାଚନ ପାଇଁ ୧୦ରେ ସର୍ବଦଳୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ
ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିଶନ ୧୦ରେ ସର୍ବଦଳୀୟ ବୈଠକ ଡାକିଛନ୍ତି । ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ କମିଶନଙ୍କ ସଚିବ ସବୁ ରାଜନୈତିକ ଦଳମାନଙ୍କୁ ଚିଠି ଲେଖିଛନ୍ତି ।
ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିଶନ ୧୦ରେ ସର୍ବଦଳୀୟ ବୈଠକ ଡାକିଛନ୍ତି । ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ କମିଶନଙ୍କ ସଚିବ ସବୁ ରାଜନୈତିକ ଦଳମାନଙ୍କୁ ଚିଠି ଲେଖିଛନ୍ତି । ୧୦ତାରିଖ ଦିନ ୧୧ଟା ୩୦ରେ ଗୀତି ଗୋବିନ୍ଦ ସଦନରେ ବୈଠକ ବସିବ । କିପରି ଅବାଧ ଓ ନିରପେକ୍ଷ ନିର୍ବାଚନ ହୋଇପାରିବ ସେନେଇ ବୈଠକରେ ଆଲୋଚନା କରାଯିବ ।

ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ଏଥିରେ ସମସ୍ତ ରାଜନୈତିକ ଦଳ ଯୋଗଦେବେ । ବୈଠକରେ ନିର୍ବାଚନ ନେଇ ମତ ରଖିବେ ରାଜନୈତିକ ପାର୍ଟି । ଜିଲ୍ଲା ପରିଷଦଗୁଡ଼ିକର କାର୍ଯ୍ୟକାଳ ଆସନ୍ତା ମାର୍ଚ୍ଚ ଦ୍ୱିତୀୟ ସପ୍ତାହ ସୁଦ୍ଧା ଶେଷ ହେବ । ନିୟମ ଅନୁସାରେ କାର୍ଯ୍ୟକାଳ ୫ବର୍ଷ ଶେଷ ହେବା ପୂର୍ବରୁ ପଞ୍ଚାୟତର ସାଧାରଣ ନିର୍ବାଚନ ହେବା ଆବଶ୍ୟକ । ଏଦୃଷ୍ଟିରୁ ମାର୍ଚ୍ଚ ସୁଦ୍ଧା ପଞ୍ଚାୟତ ନିର୍ବାଚନ ଶେଷ ହେବାକୁ ଯାଉଛି ।












Click it and Unblock the Notifications