ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ କୁମାର ଜେନାଙ୍କ ପରଲୋକ, ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ
ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ କୁମାର ଜେନାଙ୍କ ୯୦ ବର୍ଷ ବୟସରେ ପରଲୋକ ହୋଇଛି । ଗୁରାଣ୍ଡି ସ୍ଥିତ ପୈତୃକ ଘରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।
ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ କୁମାର ଜେନାଙ୍କ ୯୦ ବର୍ଷ ବୟସରେ ପରଲୋକ ହୋଇଛି। ଗୁରାଣ୍ଡି ସ୍ଥିତ ପୈତୃକ ଘରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ଗତକାଲି ବିଳମ୍ବିତ ରାତିରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଛି । ବିଜୟ କୁମାର ଜେନା ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରୁ ସ୍ବାଧୀନ ବିଧାୟକ ଭାବେ ଦୁଇ ଥର ନିର୍ବାଚିତ ହୋଇଥିଲେ । ୧୯୭୭ ଓ ୧୯୮୦ରେ ସେ ସ୍ବାଧୀନ ପ୍ରାର୍ଥୀ ଭାବରେ ବିଧାୟକ ନିର୍ବାଚିତ ହୋଇଥିଲେ । ତାଙ୍କ ବିୟୋଗରେ ପାରଳାଖେମୁଣ୍ଡି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।
ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ କୁମାର ଜେନାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) January 12, 2022
ପାରଳାଖେମୁଣ୍ଡିର ପୂବର୍ତନ ବିଧାୟକଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ପଟ୍ଟନାୟକ ଟ୍ୱିଟ କରି କହିଛନ୍ତି କି ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ କୁମାର ଜେନାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।












Click it and Unblock the Notifications