ପିପିଲି ଉପନିର୍ବାଚନ: ବ୍ଲକ ଓ ଏନଏସି ପାଇଁ ଭିନ୍ନ ଭିନ୍ନ ନେତାଙ୍କୁ ଦାୟିତ୍ୱ ଦେଲେ ନବୀନ

ବ୍ଲକ, ଏନଏସି ଓ ପଞ୍ଚାୟତ ପାଇଁ ଦଳୀୟ ନେତାଙ୍କ ହାତରେ ଗୁରୁଦାୟିତ୍ୱ ଦେଇଛନ୍ତି ନବୀନ ।

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ ପୁଣି ଦଳୀୟ ନେତାଙ୍କୁ ବିଭିନ୍ନ ଅଞ୍ଚଳର ଦାୟିତ୍ୱ ଦେଲେ ସୁପ୍ରିମୋ । ବ୍ଲକ, ଏନଏସି ଓ ପଞ୍ଚାୟତ ପାଇଁ ଦଳୀୟ ନେତାଙ୍କ ହାତରେ ଗୁରୁଦାୟିତ୍ୱ ଦେଇଛନ୍ତି ନବୀନ । ପିପିଲି ବ୍ଲକ, ଡେଲାଙ୍ଗ ବ୍ଲକ ଏବଂ ପିପିଲି ବିଜ୍ଞାପିତ ପରିଷଦ ପାଇଁ ବିଭିନ୍ନ ନେତାଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି ।

Pipili by election

ପିପିଲି ବ୍ଲକ ପାଇଁ ସମୀର ରଞ୍ଜନ ଦାଶ, ଅତନୁ ସବ୍ୟସାଚୀ ନାୟକଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ, ଡେଲାଙ୍ଗ ବ୍ଲକ ପାଇଁ ନବକିଶୋର ଦାଶ, ସୁଶାନ୍ତ ସିଂହ ଓ ବିଭୂତି ବଳବନ୍ତରାୟଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ସେହିପରି ପିପିଲି ବିଜ୍ଞାପିତ ପରିଷଦ ଅଞ୍ଚଳ ପାଇଁ ସୁଧୀର ସାମଲଙ୍କୁ ଦାୟିତ୍ୱ ଦିଆଯାଇଛି ବୋଲି ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ପ୍ରଦାନ କରିଛନ୍ତି ।

ଏହାପୂର୍ବରୁ ପିପିଲି ଉପ-ନିର୍ବାଚନ ପାଇଁ ରଣନୀତି ସ୍ଥିର କରିବାକୁ ୪ଜଣ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଥିଲେ ବିଜେଡି ସୁପ୍ରିମୋ । ପିପିଲି ପର୍ଯ୍ୟବେକ୍ଷକ ପ୍ରତାପ ଦେବଙ୍କ ସହ ଦଳର ଉପସଭାପତି ଦେବୀ ମିଶ୍ର, ସାଧାରଣ ସମ୍ପାଦକ ସଂଜୟ ଦାସବର୍ମା ଓ ପୁରୀ ଜିଲ୍ଲା ବିଜେଡି ସଭାପତି ମହେଶ୍ୱର ମହାନ୍ତିଙ୍କୁ ଦାୟିତ୍ୱ ଦିଆଯାଇଛି ।ଏହି ୪ବରିଷ୍ଠ ନେତା ପିପିଲିରେ ରହି ଦଳର ନିର୍ବାଚନୀ ରଣନୀତି ପରିଚାଳନା କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+