ଲକଡାଉନରେ ମଧ୍ୟରେ ଅନୁଷ୍ଠିତ ହେବ ପିପିଲି ଉପନିର୍ବାଚନ
ଲକଡାଉନ୍ ଭିତରେ ପିପିଲି ଉପନିର୍ବାଚନ ଲାଗି ମତଦାନ ହେବ । ଏସଆରସିଙ୍କ ପକ୍ଷରୁ ଜାରି ଗାଇଡଲାଇନରେ ପିପିଲି ଉପନିର୍ବାଚନକୁ ଅନୁମତି ଦିଆଯାଇଛି ।
ଭୁବନେଶ୍ବର: ରାଜ୍ୟକୁ ଫେରିଛି ଲକଡାଉନ । ରାଜ୍ୟରେ ବୃଦ୍ଧି ପାଉଥିବା ସଂକ୍ରମଣକୁ ନଜରେର ରଖି ୧୪ ଦିନ ପାଇଁ ସାରା ରାଜ୍ୟକୁ ଲକଡାଉନ ଘୋଷଣା କଲେ ରାଜ୍ୟ ସରକାର । ଚଳିତ ମେ ମାସ ୦୫ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ସାରା ଓଡିଶାକୁ ସମ୍ପୂର୍ଣ୍ଣ ଲକ୍ଡାଉନ୍ ଘୋଷଣା କରାଯାଇଛି। ତେବେ ଲକଡାଉନ୍ ଭିତରେ ପିପିଲି ଉପନିର୍ବାଚନ ଲାଗି ମତଦାନ ହେବ । ଏସଆରସିଙ୍କ ପକ୍ଷରୁ ଜାରି ଗାଇଡଲାଇନରେ ପିପିଲି ଉପନିର୍ବାଚନକୁ ଅନୁମତି ଦିଆଯାଇଛି ।

ଆସନ୍ତା ୧୬ ତାରିଖରେ ରବିବାର ପିପିଲିରେ ଭୋଟ୍ ଗ୍ରହଣ କରାଯିବ । ରବିବାର ସଟଡାଉନରେ ମତଦାନ କରାଯିବ । ତେବେ ପ୍ରଚାର ଓ ଅନ୍ୟାନ୍ୟ କାର୍ଯ୍ୟ ଉପରେ ଅଙ୍କୁଶ ରହିଥିବା ବେଳେ କୋଭିଡ୍ ଗାଇଡଲାଇନ୍ ଭିତରେ ପିପିଲି ଭୋଟ୍କୁ ଅନୁମତି ମିଳିଛି ।
ମୁଖ୍ୟ ଶାସନ ସଚିବଙ୍କ ଘୋଷଣା ଅନୁସାରେ, ନିର୍ବାଚନ ପ୍ରକ୍ରିୟାକୁ ଲକଡାଉନରୁ ବାଦ୍ ଦିଆଯାଇଛି । ନିର୍ବାଚନ ପ୍ରକ୍ରିୟା ଜାରି ରହିବ । ଭୋଟଦାନ ହେବ । ନୂଆ କଟକଣା ନିର୍ବାଚନ ଥିବା ଅଞ୍ଚଳରେ ଲାଗୁ ହେବ ନାହିଁ । ଏହି ସମୟରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ଅଧିକାରୀ, ପୋଲିଂ ଏଜେଣ୍ଟ, ଦଳୀୟ ପ୍ରାର୍ଥୀଙ୍କ ଗତିବିଧି ଉପରେ ରୋକ୍ ଲାଗିବ ନାହିଁ । ଭୋଟ୍ ଦାନ ବେଳେ ଭୋଟର୍ ମଧ୍ୟ ନିର୍ଦ୍ୱନ୍ଦ୍ୱରେ ବୁଥକୁ ଆସି ଭୋଟ୍ ଦେଇପାରିବେ ।
ସୂଚନାଯୋଗ୍ୟ, ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଏପ୍ରିଲ ୧୭ ତାରିଖରେ ଉପନିର୍ବାଚନ ପାଇଁ ମତଦାନ ହେବାର ଥିଲା । କିନ୍ତୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ କରୋନାରେ ପରଲୋକ ହେବା ପରେ ପିପିଲି ଉପ ନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା । ପରେ ମେ ୧୩ ତାରିଖରେ ଉପ ନିର୍ବାଚନ ପାଇଁ ଦିନ ଧାର୍ଯ୍ୟ କରିଥିଲେ ମୁଖ୍ୟ ନିର୍ବାଚନ ଅଧିକାରୀ । କିନ୍ତୁ ମେ ୧୩ ତାରିଖରେ ଇଦ୍-ଉଲ୍- ଫିତର ଥିବାରୁ ମତଦାନ ହେବ ନାହିଁ ବୋଲି ଘୋଷଣା କରାଗଲା । ପୁନଶ୍ଚ ମେ ୧୬ ତାରିଖରେ ଭୋଟ ଗ୍ରହଣ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଥିଲେ । ଏହା ସହିତ ୧୯ ତାରିଖ ଭୋଟ ଗଣତି ଏବଂ ସେହିଦିନ ହିଁ ଫଳ ପ୍ରକାଶ ପାଇବ ।
-
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ଆଜିଠୁ୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି -
ସରକାରଙ୍କ ବଡ଼ ନିଷ୍ପତ୍ତି, ତୃତୀୟ ସନ୍ତାନ ଜନ୍ମ କଲେ ମିଳିବ ୨୫ ହଜାର -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ -
ନେପାଲରେ ବାଲେନ ଶାହ ସରକାର ! -
ଖେମିନିଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ ଇସ୍ରାଏଲକୁ ଧମକ, ଇସ୍ରାଏଲୀକୁ ସିଧାସଳଖ ଚେତାବନୀ -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ପୁଣି ବଦଳିଲା ସୁନା-ରୁପା ଦର : ଆଜି ଏତିକି.... -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ରବିବାର ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ ଫାଇଟ୍; ଅପରାହ୍ଣ ୫.୩୦ରେ ଆରମ୍ଭ ହେବ ଉଦଯାପନୀ ଉତ୍ସବ












Click it and Unblock the Notifications