ବାରଣାସୀରୁ ନାମାଙ୍କନ ଭରିଲେ ପ୍ରଧାନମନ୍ତ୍ରୀ
PM Modi Nomination: ବାରଣାସୀରୁ ନାମାଙ୍କନ ଭରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାରଣାସୀ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ଦାଖଲ କଲେ ମୋଦୀ । କାଳଭୈରବ ମନ୍ଦିରରେ ପୂଜାର୍ଚ୍ଚନା ପରେ ନାମାଙ୍କନ ଭରିଲେ ମୋଦୀ । ଏହି ସମୟରେ ୧୨ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅମିତା ଶାହ, ଜେ ପି ନଡ୍ଡା, ରାଜନାଥ ସିଂ ଉପସ୍ଥିତ ଥିଲେ ।

ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ବିଜେପିର ବରିଷ୍ଠ ନେତା ରାଜନାଥ ସିଂ, ଅମିତ ଶାହା, ଜେପି ନଡ୍ଡା, ଏନଡିଏ ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ନୀତୀଶ କୁମାର, ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ୧୨ ରାଜ୍ୟରେ ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ । ସେହିପରି ୧୮ରୁ ଅଧିକ କ୍ୟାବିନେଟ୍ ମନ୍ତ୍ରୀଙ୍କ ସମେତ ୩୬ ଭିଆଇପି ଏହି ସମୟରେ ଉପସ୍ଥିତ ଥିଲେ ।
ନାମାଙ୍କନ ଦାଖଲ ପୂର୍ବରୁ ବାରାଣସୀ ଗଙ୍ଗାରେ ପୂଜାର୍ଚ୍ଚନା କରିଥିଲେ ମୋଦୀ । ସେହିପରି ବାଳଭୈରବ ମନ୍ଦିରରେ ମଧ୍ୟ ପୂଜାର୍ଚ୍ଚନା ସାରିବା ପରେ ନାମାଙ୍କନ ଦାଖଲ କରିଥିଲେ ମୋଦୀ ।
ମାଙ୍କନ ଦାଖଲ କରିବା ପରେ ରୁଦ୍ରାକ୍ଷ କନଭେନସନ୍ ସେଣ୍ଟର ହଲରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ। ସୋମବାର ନରେନ୍ଦ୍ର ମୋଦୀ ବାରଣାସୀରେ ବିରାଟ ରୋଡ୍ ଶୋ କରିଥିଲେ। ଜୁନ୍ ୧ ତାରିଖରେ ଶେଷ ପର୍ଯ୍ୟାୟରେ ବାରଣାସୀରେ ଭୋଟ୍ ପଡିବ । ଗତକାଲି ବାରଣାସୀରେ ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ ସୋ' ଦେଖିବାକୁ ମିଳିଥିଲା ।
ସୂଚନାଥାଉ ଯେ, ୨୦୧୪ରେ ପ୍ରଧାନମନ୍ତ୍ରୀ ମୋଦୀ ବାରଣାସୀ ଆସନରୁ ୩ ଲକ୍ଷ ୩୭ ହଜାରରୁ ଅଧିକ ଭୋଟରେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଅରବିନ୍ଦ କେଜ୍ରିୱାଲଙ୍କୁ ହରାଇଥିଲେ । ୨୦୧୯ରେ ମୋଦୀ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ସମାଜବାଦୀ ପାର୍ଟିର ସାଲିନି ଯାଦବଙ୍କୁ ୪ ଲକ୍ଷ ୮୦ ହଜାରରୁ ଅଧିକ ଭୋଟରେ ହରାଇଥିଲେ । ପ୍ରଧାନମନ୍ତ୍ରୀଙ୍କ ମୋଦୀଙ୍କ ନାମାଙ୍କନ ଭରିବା କାର୍ଯ୍ୟକ୍ରମକୁ ନେଇ ବାରଣାସୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଥିଲା ।












Click it and Unblock the Notifications