ବ୍ରଜରାଜନଗର ଉପନିର୍ବାଚନ: ବିଜେପି ପ୍ରାର୍ଥୀ ହେଲେ ରାଧାରାଣୀ ପଣ୍ଡା
ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ଦଳ ଏଠାରୁ ପ୍ରାର୍ଥୀ କରିଛି ।
ଝାରସୁଗୁଡା: ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ଦଳ ଏଠାରୁ ପ୍ରାର୍ଥୀ କରିଛି । ରାଧାରାଣୀଙ୍କ ନାଁରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ମୋହର ମାରିଛି । ମେ ୩୧ରେ ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ୍ ପଡ଼ିବ।

ଗତକାଲି କଂଗ୍ରେସ ବିଧାୟକ ପ୍ରାର୍ଥୀ ଭାବେ କିଶୋର ପଟେଲଙ୍କ ନାଁ ଘୋଷଣା କରିଥିଲା। ଏବେ ବିଜେଡି କାହାକୁ ପ୍ରାର୍ଥୀ କରୁଛି ତାକୁ ନେଇ ବଢିଛି ଚର୍ଚ୍ଚା । ମିଳିଥିବା ସୂଚନା ଅନୁସାରେ ଦିବଂଗତ ବିଧାୟକ କିଶୋର ମହାନ୍ତିଙ୍କ ସ୍ତ୍ରୀ ଅଳକା ମହାନ୍ତି ବିଜେଡିର ବିଧାୟକ ପ୍ରାର୍ଥୀ ହୋଇପାରନ୍ତି।
ପୂର୍ବରୁ ବ୍ରଜରାଜନଗରରୁ ବିଧାୟିକା ରହି ସାରିଛନ୍ତି ରାଧାରାଣୀ । ତେବେ ଗତ ୨୦୧୯ ନିର୍ବାଚନରେ ବିଜେପିର ହାୱା ଥିବା ସତ୍ୱେ ମଧ୍ୟ ରାଧାରାଣୀ ପରାଜିତ ହୋଇଥିଲା । ଚଳିତ ଥର ଅଘୋଷିତ ବିଦ୍ୟୁତ କାଟ୍, ପ୍ରଦୂଷଣ, ବେକାରୀ, ଚାଷୀ, ମତ୍ସ୍ୟଜୀବୀଙ୍କ ସମସ୍ୟା ସହିତ ମହିଳାମାନଙ୍କ ସାମାଜିକ ନାୟ ପାଇଁ ନିର୍ବାଚନ ଲଢିବି ବୋଲି କହିଛନ୍ତି ବିଧାୟକ ପ୍ରାର୍ଥୀ ରାଧାରାଣୀ ପଣ୍ଡା ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications