ରାଜ୍ୟସଭା ନିର୍ବାଚନ: ଓଡ଼ିଶାରୁ ୩ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ
୩ ରାଜ୍ୟସଭା ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ । ଓଡ଼ିଶାର ୩ ରାଜ୍ୟସଭା ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ ଓ ଅଶ୍ୱିନୀ ବୈଷ୍ଣବ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ।
ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ଥିବାବେଳେ ଓଡ଼ିଶାରୁ ୩ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ପୁଣି ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭା ନିର୍ବାଚିତ ହୋଇଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନାଁ ବିଜେପି ଘୋଷଣା କରିଥିଲା। ବିଜେପି ପକ୍ଷରୁ ଏନେଇ ବିଧିବଦ୍ଧଭାବେ ଘୋଷଣା କରାଯାଇଥିଲା।

୩ଟି ଆସନ ମଧ୍ୟରୁ ୨ଟି ପାଇଁ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଏବଂ ରାଜ୍ୟ ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ଘୋଷଣା କରାଯାଇଥିବାବେଳେ ତୃତୀୟ ପ୍ରାର୍ଥୀଙ୍କ ନାମ ଘୋଷଣା ନକରି ସମସ୍ତଙ୍କୁ ସସପେନ୍ସରେ ରଖିଥିବାବେଳେ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେପି ପ୍ରାର୍ଥୀ କରିଥିଲା। ଓଡ଼ିଶାରୁ ବିଜେଡିର ଦୁଇ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର କାଏମ ରହିଥିଲା। ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କ ପ୍ରାର୍ଥୀପତ୍ର କାଏମ। ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତୃତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ।












Click it and Unblock the Notifications