ବିଜେପି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

କଟକ: ବିଜେପିରୁ ଇସ୍ତଫା ଦେଲେ ପ୍ରକାଶ ଚନ୍ଦ୍ର ବେହେରା । ସାଲେପୁରର ପୂର୍ବତନ ବିଧାୟକ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଛନ୍ତି । ପ୍ରକାଶ ଚନ୍ଦ୍ର ବେହେରା କଟକ ଜିଲ୍ଲା ବିଜେପି ସଭାପତି ଥିଲେ ।

Prakash chandra behera-bjp

ପ୍ରକାଶ 2019 ନିର୍ବାଚନ ପୂର୍ବରୁ କଂଗ୍ରେସ ଛାଡ଼ି ବିଜେପିରେ ଯୋଗ ଦେଇଥିଲେ । ଏପରିକି 2019 ରେ ବିଜେପି ଟିକେଟରେ ସାଲେପୁର ବିଧାନସଭା ଆସନରୁ ନିର୍ବାଚନ ଲଢ଼ିଥିଲେ । କିନ୍ତୁ ସେ ବିଜେଡି ପ୍ରାର୍ଥୀ ପ୍ରଶାନ୍ତ ବେହେରାଙ୍କ ଠାରୁ ହାରି ଯାଇଥିଲେ । 2014 ମସିହାରେ ପ୍ରକାଶ ଏହି ଆସନରୁ କଂଗ୍ରେସ ଟିକେଟରେ ବିଜୟୀ ହୋଇଥିଲେ ।

ପ୍ରକାଶ ତାଙ୍କ ଇସ୍ତଫାପତ୍ରରେ ଲେଖିଛନ୍ତି- ମୁଁ ସବୁବେଳେ ମୋ ପଦକୁ ନ୍ୟାୟ ଦେବାକୁ ପ୍ରାୟସ କରିଛି । ଏହା ସହ ଦଳ ଯେପରି ମାଇଲଖୁଣ୍ଟ ହାସଲ କରିପାରିବ ସେ ନେଇ ଚେଷ୍ଟା କରିଛି । କିନ୍ତୁ ଏହି କାର୍ଯ୍ୟକୁ ମୁଁ ସନ୍ତୋଷଜନକ ଭାବେ ତୁଲାଇ ପାରି ନାହିଁ ।

ବର୍ତ୍ତମାନ ବିଜେପିରୁ ଇସ୍ତଫା ଦେଇଥିବା ପ୍ରକାଶ ଚନ୍ଦ୍ର ବେହେରା ବିଜେଡିରେ ଯୋଗ ଦେଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି । ତାଙ୍କୁ ବିଜେଡି ସାଲେପୁର ବିଧାନସଭା ଆସନରୁ ଟିକେଟ ମଧ୍ୟ ଦେଇପାରେ ବୋଲି କୁହାଯାଉଛି । ବିଜେଡି ପ୍ରଥମ ପର୍ଯ୍ୟାୟରେ 72 ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା । ସାଲେପୁର ଆସନ ପାଇଁ ଦଳ ପ୍ରାର୍ଥୀ ଘୋଷଣା କରି ନାହିଁ । ସାଲେପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିନଥିବାରୁ ସେ ସାଲେପୁରରୁ ବିଜେଡି ଟିକେଟ୍ ରେ ଲଢିବା ନେଇ ଚର୍ଚ୍ଚା ହେଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+