କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍
ରାଷ୍ଟ୍ରପତି ନିର୍ବାଚନରେ କ୍ରସ୍ ଭୋଟିଂ ପ୍ରସଙ୍ଗ । କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ । ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ପିସିସି ସଭାପତିଙ୍କ ନୋଟିସ୍ ।
ଭୁବନେଶ୍ୱର: ରାଷ୍ଟ୍ରପତି ନିର୍ବାଚନରେ କ୍ରସ୍ ଭୋଟିଂ ପ୍ରସଙ୍ଗ । କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ । ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ପିସିସି ସଭାପତିଙ୍କ ନୋଟିସ୍ । ପିସିସି ସଭାପତି ଶରତ ପଟ୍ଟନାୟକ ଜାରି କଲେ କାରଣ ଦର୍ଶାଅ ନୋଟିସ୍ । ୨ ସପ୍ତାହ ମଧ୍ୟରେ ଜବାବ ଦେବାକୁ ମହମ୍ମଦ ମୋକିମଙ୍କୁ ନିର୍ଦ୍ଦେଶ ।

ଉଲ୍ଲେଖଥାଉ କି, ରାଷ୍ଟ୍ରପତି ନିର୍ବାଚନରେ କଟକ ବାରବାଟୀ ବିଧାୟକ ଦଳ ବିରୋଧରେ ଯାଇ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଇଥିଲେ । ଭୋଟ ଦେବା ପରେ ଗଣମାଧ୍ୟମରେ ମୋକିମ କହିଥିଲେ କି ତାଙ୍କ ବିବେକ ଅନୁଯାୟୀ ସେ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ କରିଛନ୍ତି ।
ରାଷ୍ଟ୍ରପତି ନିର୍ବାଚନ ଭୋଟିଂ ସମୀକରଣ:
ରାଜ୍ୟରେ ମୋଟ ବିଧାୟକଙ୍କ ସଂଖ୍ୟା ୧୪୭ । ୧୪୬ ଭୋଟିଂ ହୋଇଛି । ଭୋଟ ଦେଇ ନାହାନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ୧୪୬ ଭୋଟରୁ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ୧୩୭ ଭୋଟ ମିଳିଥିବାବେଳେ ବିରୋଧୀଦଳ ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ମିଳିଛି ୯ଟି ଭୋଟ । ରାଜ୍ୟରେ ବିଜେଡି ବିଧାୟକଙ୍କ ସଂଖ୍ୟା ୧୧୪ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଛାଡି ୧୧୩ ବିଧାୟକ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଛନ୍ତି । ସେହିପରି ସମସ୍ତ ୨୨ ବିଜେପି ବିଧାୟକ ମଧ୍ୟ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଥିବା ପରିଲକ୍ଷିତ ହୋଇଛି । ଅନ୍ୟପକ୍ଷରେ ଜଣେ ସ୍ବାଧୀନ ବିଧାୟକ ଓ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଛନ୍ତି ।
ଅନ୍ୟପଟେ ବିରୋଧୀଦଳ ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ କଂଗ୍ରେସର ୮ ବିଧାୟକ ଓ ଜଣେ ସିପିଏମର ବିଧାୟକ ମୋଟ୍ ୯ ଜଣ ଭୋଟ୍ ଦେଇଛନ୍ତି । କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କ୍ରସ ଭୋଟିଂ କରିଥିଲେ ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications