ରାଷ୍ଟ୍ରପତି ଓ କେନ୍ଦ୍ରୀୟ ବିଜେପି ନେତାଙ୍କୁ ଭେଟିଲେ ସିନ୍ଧେ, ଫଡନାଭିସ
ଆଜି ଦିଲ୍ଲୀ ଗସ୍ତ କରିଛନ୍ତି, ନବନିର୍ବାଚିତ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଓ ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ । ଉଭୟ ଆଜି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି ।
ନୂଆଦିଲ୍ଲୀ: ଆଜି ଦିଲ୍ଲୀ ଗସ୍ତ କରିଛନ୍ତି, ନବନିର୍ବାଚିତ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଓ ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ । ଉଭୟ ଆଜି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିବା ସହିତ ତମାମ ବିଜେପି କେନ୍ଦ୍ରୀୟ ନେତାଙ୍କୁ ମଧ୍ୟ ଭେଟି ଆଲୋଚନା କରିଛନ୍ତି ।

ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଶେଷ ହେଉଛି । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ସିନ୍ଧେ ଓ ଉପ ମୁଖ୍ୟମନ୍ତ୍ରୀ ଫଡନାଭିସ ରାଷ୍ଟ୍ରପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ସେହିପରି ଉଭୟ ନେତା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ମଧ୍ୟ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ଆଲୋଚନା କରିଛନ୍ତି ।
ବର୍ତ୍ତମାନ ସୁଦ୍ଧା କେବଳ ମୁଖ୍ୟମନ୍ତ୍ରୀ ଭାବେ ଏକନାଥ ସିନ୍ଧେ ଓ ଉପ ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡନାଭିସ ଶପଥ ଗ୍ରହଣ କରିଛନ୍ତି । କ୍ୟାବିନେଟରେ ଆଉ କେଉଁମାନେ ମନ୍ତ୍ରୀ ଭାବେ ରହିବେ ସେ ନେଇ ବିଚାରବିମର୍ଶ ଲାଗି ରହିଛି । ପ୍ରଥମେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଦେବେନ୍ଦ୍ରଙ୍କ ନାମ ଚର୍ଚ୍ଚାରେ ଥିବା ବେଳେ ସିନ୍ଧେ କିନ୍ତୁ ସବୁ କଳ୍ପନା ଜଳ୍ପନାକୁ ଭୁଲ ପ୍ରମାଣିତ କରି ମୁଖ୍ୟମନ୍ତ୍ରୀ ଗାଦି ହାସଲ କରିବାରେ ସଫଳ ହୋଇଛନ୍ତି ।
-
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ ! -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଅନାସ୍ଥା ଖାରଜ ପରେ ସଂସଦକୁ ସମ୍ବୋଧିତ କଲେ ଓମ୍ ବିର୍ଲା,କହିଲେ ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା-ପ୍ରଧାନମନ୍ତ୍ରୀ












Click it and Unblock the Notifications