ଆସନ୍ତାକାଲି ଦେଶରେ ଷଷ୍ଠ ପର୍ଯ୍ୟାୟ ଭୋଟ୍ : ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୫୮ଟି ଆସନରେ ହେବ ମତଦାନ
ଆସନ୍ତାକାଲି ଦେଶରେ ଷଷ୍ଠ ପର୍ଯ୍ୟାୟ ଭୋଟ୍ । ଦେଶର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୫୮ଟି ଆସନରେ ହେବ ମତଦାନ ।
ଏଥିରେ ରହିଛି ଦିଲ୍ଲୀର ୭ଟି, ବିହାରର ୮ଟି, ହରିୟାଣାର ୧୦ଟି , ଝାଡଖଣ୍ଡର ୪ଟି, ଓଡିଶାର ୬ଟି, ଉତ୍ତରପ୍ରଦେଶର ୧୪ଟି, ପଶ୍ଚିମବଙ୍ଗର ୮ଟି ଓ ଜାମ୍ମୁକାଶ୍ମୀରର ଗୋଟିଏ ଆସନ । ଷଷ୍ଠ ପର୍ଯ୍ୟାୟରେ ୫୮ଟି ଆସନରେ ୮୮୯ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା । ପ୍ରଚାରର ଶେଷ ଦିନରେ ବିଜେପି, କଂଗ୍ରେସ, ଆମ୍ ଆଦମୀ ପାର୍ଟି, ସମାଜବାଦୀ ପାର୍ଟି ଭଳି ଦଳ ଜୋରଦାର ପ୍ରଚାର କରିଛନ୍ତି । ଶେଷ ଦିନରେ ଭୋଟରଙ୍କ ମନ ଜିଣିବାକୁ ସବୁ ଦଳ ଉଦ୍ୟମ କରିଛନ୍ତି ।

କାଲି ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ। ଏହି ପର୍ଯ୍ୟାୟରେ ସବୁଠୁ ଚର୍ଚ୍ଚିତ ଆସନରେ ଭୋଟିଂ ହେବ । ମୋଟ ୪୪୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୪ ଲକ୍ଷ ୪୮ ହଜାର ଭୋଟର୍ । ପୁରୁଷ ଭୋଟରଙ୍କ ସଂଖ୍ୟା ୪୮ ଲକ୍ଷ ୩୦ ହଜାର ଥିବାବେଳେ ୪୬ ଲକ୍ଷ ୧୮ ହଜାର ମହିଳା ଭୋଟର ମତଦାନ ସାବ୍ଯସ୍ତ କରିବେ ।
ଏହି ପର୍ଯ୍ୟାୟରେ ୨୧ ପ୍ରତିଶତ ଯୁବ ଭୋଟର ଥିବାବେଳେ ୩ହଜାର ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର ଘରୁ ମତଦାନ କରିଛନ୍ତି । ୬୪ ଜଣ ସାଂସଦ ପ୍ରାର୍ଥୀ ରହିଥିବାବେଳେ ୩୮୩ ବିଧାୟକ ପ୍ରାର୍ଥୀ ମୈଦାନରେ ପରସ୍ପରକୁ ଟକ୍କର ଦେଉଛନ୍ତି ।
୬ଟି ଲୋକସଭା କ୍ଷେତ୍ର ସମ୍ବଲପୁର, କେନ୍ଦୁଝର, ଢ଼େଙ୍କାନାଳ, କଟକ, ପୁରୀ, ଭୁବନେଶ୍ବରରେ ଭୋଟ୍ ଗ୍ରହଣ ହେବ । ଏହି ୬ ଲୋକସଭା ଆସନ ଅନ୍ତର୍ଗତ ୪୨ ବିଧାନସଭା ଆସନରେ ବି ନିର୍ବାଚନ ଅନୁଷ୍ଠିତ ହେବ।
ଏହି ପର୍ଯ୍ୟାୟରେ ମୋଟ ବୁଥ୍ ସଂଖ୍ୟା ୧୦ ହଜାର ୫୫୧ । ୨ ହଜାର ମଡେଲ ବୁଥ ରହିଛି । ସୁରକ୍ଷା ପାଇଁ ସର୍ବାଧିକ ୧୨୧ କମ୍ପାନୀ CAPF ମୁତୟନ ହୋଇଛନ୍ତି । ଅନ୍ଧାରୀ ବିଜେ ରୋକିବାକୁ ସାଇଲେଣ୍ଟ ଆୱାର ଆରମ୍ଭ ହେବା କ୍ଷଣି ସବୁ ହୋଟେଲ, ଗେଷ୍ଟ ହାଉସ ଯାଞ୍ଚ ହେବ।












Click it and Unblock the Notifications