ବିଜେଡ଼ିରେ ମିଶିଲେ ପୁଅ, କଂଗ୍ରେସର ସମସ୍ତ କମିଟିରୁ ଇସ୍ତଫା ଦେଲେ ସୁର
Elections 2024: ରାଜ୍ୟ ରାଜନୀତିରେ ଆଜି ଦେଖିବାକୁ ମିଳିଛି ଅନେକ ବଡ଼ ଘଟଣା । କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ଆଜି ବିଜେଡ଼ିରେ ସାମିଲ ହୋଇଛନ୍ତି । ଠିକ୍ ଏହି ସମୟର କଂଗ୍ରେସର ସମସ୍ତ କମିଟିରୁ ଇସ୍ତଫା ଦେଇଛନ୍ତି ସୁର ରାଉତରାୟ । ପୁଅ ମନ୍ମଥ ରାଉତରାୟ ବିଜେଡିରେ ମିଶିବା ପରେ ସୁର ଏଭଳି ପଦକ୍ଷେପ ନେଇଛନ୍ତି । କିନ୍ତୁ ସୁର ଦଳରେ ରହିବେ ବୋଲି କହିଛନ୍ତି ।

ଏକ ଚିଠି ଲେଖି ସୁର କହିଛନ୍ତି, ସାନପୁଅ ମନ୍ମଥଙ୍କୁ ଯେତେ ବୁଝାଇଲେ ମଧ୍ୟ ସେ କଥା ନ ରଖି ବିଜେଡିରେ ସାମିଲ ହେଲେ । ଏହା ମୋ ସ୍ୱାଭିମାନ ଓ ଅନ୍ତରାତ୍ମାକୁ ଅଧିକ ଆଘାତ ଦେଇଛି । ଏଣୁ ବିବେକ ଦୃଷ୍ଟିରୁ ସମସ୍ତ କମିଟି ଇସ୍ତଫା ଦେଉଥିବା କହିଛନ୍ତି ସୁର । ସମସ୍ତ କମିଟିରୁ ଇସ୍ତଫା ଦେଲେ ମଧ୍ୟ ଦଳରେ ରହିବେ ବୋଲି ସ୍ପଷ୍ଟ କରିଛନ୍ତି ସୁର । ଜୀବନ ଥିବା ଯାଏଁ କଂଗ୍ରେସରେ ରହିବି ଏବଂ ଦଳ ଯାହା କାମ ଦେବ କରିବି । ମୋ ଭୋଟ ଅନ୍ୟ ଦଳକୁ ଯିବ ନାହିଁ ବୋଲି କହିଛନ୍ତି ସୁର ।
ଏହାପୂର୍ବରୁ ଆଜି ସୁରଙ୍କ ସାନପୁଅ କ୍ୟାପଟେନ ମନ୍ମଥ ରାଉତରାୟ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଥିଲେ । ମନ୍ମଥ କହିଥିଲେ, ବାପାଙ୍କ ଅନୁମତି ଓ ଆଶୀର୍ବାଦ ନେଇ ଏଠାକୁ ଆସିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ ସ୍କଲାରସିପ ଦେଇଥିଲେ ତାହା ଏବେ ବି ମୋର ମନେଅଛି । ବିଜୁ ପଟ୍ଟନାୟକ ମୋର ଆଦର୍ଶ । ଭିକେ ପାଣ୍ଡିଆନଙ୍କ କାର୍ଯ୍ୟଶୈଳୀକୁ ପ୍ରଂଶସା କରିବା ସହ ବଡଭାଇ ଭଳି ପରାମର୍ଶ ଦେଇଥିବାରୁ ପ୍ରଣବ ପ୍ରକାଶ ଦାସଙ୍କୁ ଧନ୍ୟବାଦ ଦେଇଛନ୍ତି ମନ୍ମଥ ।
ଅନ୍ୟପଟେ ପୁଅ ବିଜେଡିରେ ସାମିଲ ହେବାକୁ ନେଇ ସୁର କହିଛନ୍ତି, ଯେତେ ଚେଷ୍ଟା କଲି ପାରିଲିନି, ଅଭିମାନ କଲା । ସେଥି ପାଇଁ ଛାଡିଦେଲି ବିଜେଡିରେ ମିଶିବା ପାଇଁ । ଭଗବାନଙ୍କୁ ଡାକୁଛି, ମୋ ପୁଅକୁ ଜିତେଇ ଦିଅ । ମନ୍ମଥଙ୍କୁ ସହଯୋଗ କରିବି କିନ୍ତୁ ପ୍ରଚାର କରିବାକୁ ଯିବିନି । ବିଜେଡି ମୋ ପୁଅକୁ ନେଇଛି, ଆଶା ସେମାନେ ଉପଯୁକ୍ତ ସମ୍ନାନ ଦେବେ କହିଛନ୍ତି ସୁର ରାଉତରାୟ ।
-
ଇଡି ରେଡ୍ ବେଳେ ମମତା ଧସେଇ ପସିବା ଉପରେ ସୁପ୍ରିମ କୋର୍ଟଙ୍କ ବଡ଼ ବୟାନ, କହିଲେ ଏହା....... -
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି, ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
କ୍ରସ ଭୋଟିଂ କରିଥିଲେ, ଏବେ ବଢ଼ିଲା ଅଡ଼ୁଆ, 3 ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସର ଆବେଦନ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ମୁନ୍ଦ୍ରା ପୋର୍ଟରେ ପହଞ୍ଚିଲା 'ଜଗ ଲାଡକୀ' ଇରାନ-ଇସ୍ରାଏଲ ମଧ୍ୟରେ ମିସାଇଲ ମାଡ଼ ଓ ଉତ୍ତେଜନା ଭିତରୁ ୮୦, ୮୦୦ ଟନ..... -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯଦି ଶାସନ ପରିବର୍ତ୍ତନ ଲକ୍ଷ୍ୟ ନୁହେଁ, ତେବେ ଉତ୍ତର କୋରିଆରେ କାହିଁକି ହୁଏ ନିର୍ବାଚନ ? ଜାଣନ୍ତୁ...












Click it and Unblock the Notifications