ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଟଙ୍କଧର ତ୍ରିପାଠୀ ହେଲେ ବିଜେପି ପ୍ରାର୍ଥୀ
ଭବୁନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଟଙ୍କଧର ତ୍ରିପାଠୀ ହେଲେ ବିଜେପି ବିଧାୟକ ପ୍ରାର୍ଥୀ । ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ସୀକୃତି ପ୍ରଦାନ ପରେ ଟଙ୍କଧରଙ୍କ ନାଁ ଘୋଷଣା କରାଯାଇଛି ।

ମେ' ୧୦ ତାରିଖରେ ହେବାକୁ ଥିବା ଉପନିର୍ବାଚନ ପାଇଁ ସବୁ ପ୍ରମୁଖ ଦଳ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି । ପ୍ରଥମେ ବିଜେଡି ପକ୍ଷରୁ ଏହି ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଥିଲା । ଦିବଂଗତ ମନ୍ତ୍ରୀ ନବକିଶୋର ଦାସଙ୍କ ଝିଅ ଦୀପାଳିଙ୍କୁ ପ୍ରାର୍ଥୀ କରିଛି ବିଜେଡି । କଂଗ୍ରେସ ପକ୍ଷରୁ ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ପୁଅ ତରୁଣ ପାଣ୍ଡେ ପ୍ରାର୍ଥୀ ହୋଇଛନ୍ତି ।
ସୂଚନାଥାଉ କି, ଆସନ୍ତା ମେ' ୧୦ ତାରିଖରେ ହେବ ଝାରସୁଗୁଡା ଉପନିର୍ବାଚନ । ମେ' ୧୩ ତାରିଖରେ ଫଳାଫଳ ଘୋଷଣା କରାଯିବ । ଗତ ଜାନୁଆରୀ ୨୯ ତାରିଖରେ ବ୍ରଜରାଜନଗରରେ ତତକାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ପରେ ଝାରସୁଗୁଡ଼ା ଆସନ ଖାଲି ପଡିଛି । ନବ ଦାସଙ୍କ ଗୁଳି କରି ହତ୍ୟା କରାଯାଇଥିଲା । ଏହି ଘଟଣାରେ ପୋଲିସ ଏଏସଆଇ ଗୋପାଳ ଦାସଙ୍କୁ ଗିରଫ କରାଯାଇଛି ।












Click it and Unblock the Notifications