Get Updates
Get notified of breaking news, exclusive insights, and must-see stories!

ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନରେ ପ୍ରସ୍ତାବକ ରହିବେ ଦୁଇ ବିଜେଡି ମନ୍ତ୍ରୀ

ଆସନ୍ତାକାଲି ନାମାଙ୍କନ ଭରିବେ ଏନଡିଏ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ । ଶ୍ରୀମତି ମୁର୍ମୁଙ୍କ ନାମାଙ୍କନ ଦାଖଲ ସମୟରେ ପ୍ରସ୍ତାବକ ରହିବେ ବିଜେଡିର ଦୁଇ ମନ୍ତ୍ରୀ । ଦୁଇ କ୍ୟାବିନେଟ୍ ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ ଆସନ୍ତାକାଲି ନାମାଙ୍କନ ଦାଖଲ ବେଳେ

ଭୁବନେଶ୍ୱର: ଆସନ୍ତାକାଲି ନାମାଙ୍କନ ଭରିବେ ଏନଡିଏ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ । ଶ୍ରୀମତି ମୁର୍ମୁଙ୍କ ନାମାଙ୍କନ ଦାଖଲ ସମୟରେ ପ୍ରସ୍ତାବକ ରହିବେ ବିଜେଡିର ଦୁଇ ମନ୍ତ୍ରୀ । ଦୁଇ କ୍ୟାବିନେଟ୍ ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ ଆସନ୍ତାକାଲି ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ ଏବଂ ଶ୍ରୀମତି ମୁର୍ମୁଙ୍କ ନାମାଙ୍କନ ପତ୍ରରେ ଦସ୍ତଖତ କରିବେ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Draupadi Murmu

ନବୀନ ଟ୍ବିଟ କରି ଲେଖିଛନ୍ତି ଯେ, " ବିଜେପି ସଭାପତି ଜେପି ନଡ୍ଡା ମୋତେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଶ୍ରୀମତି ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନପତ୍ର ଦାଖଲ ବିଷୟରେ କହିଥିଲେ । ମୋର ଦୁଇ କ୍ୟାବିନେଟ୍ ସହକର୍ମୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ ଆଜି ନାମାଙ୍କନ ପତ୍ରରେ ଦସ୍ତଖତ କରିବେ ଏବଂ ଆସନ୍ତାକାଲି ନାମାଙ୍କନ ଦାଖଲ ସମୟରେ ଉପସ୍ଥିତ ରହିବେ । " ତେବେ ଏଥିପାଇଁ ଦୁଇ ମନ୍ତ୍ରୀ ଆଜି ଦ୍ରୌପଦୀ ମୁର୍ମୁଙ୍କ ସହ ଦିଲ୍ଲୀ ଯାଇଛନ୍ତି । ଅନ୍ୟପଟେ ନାମାଙ୍କନ ଦାଖଲ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି ।

ସୂଚନାଥାଉ କି, ଗତକାଲି ନବୀନ ପଟ୍ଟନାୟକ ଏନଡିଏ ପ୍ରାର୍ଥୀ ତଥା ଓଡିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ନିର୍ବାଚନରେ ସମର୍ଥନ ଦେବେ ବୋଲି ଘୋଷଣା କରିଥିଲା । କେବଳ ନିଜ ଦଳର ସମର୍ଥନ ଦେଇନାହାନ୍ତି, ବରଂ ଓଡ଼ିଶା ବିଧାନସଭାରେ ସବୁ ଦଳର ସଭ୍ୟମାନେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟକୁ ଯିବା ପାଇଁ ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବା ପାଇଁ ନିବେଦନ କରିଥିଲେ । ଇଟାଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଆଜି ଅପରାହ୍ନରେ ଟ୍ବିଟ୍ କରି ଏହି ନିବେଦନ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+