ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା : ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଭୁବନେଶ୍ୱର : ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଉତ୍କଳ ବିଶ୍ୱବିଦ୍ୟାଳୟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ପାଇଲେ ଉପକୂଳ ଏବଂ ପୂର୍ବ ଓଡ଼ିଶାର ଛାତ୍ରଛାତ୍ରୀମାନେ ବିଶେଷ ଭାବରେ ଉପକୃତ ହେବା ସହିତ ଏହି ଅଂଚଳରେ ନିଯୁକ୍ତି ସୃଷ୍ଟି ହେବ ବୋଲି ସେ ତାଙ୍କ ଚିଠିରେ କହିଛନ୍ତି । ଆହୁରି ମଧ୍ୟ କେନ୍ଦ୍ରୀୟ ମାନ୍ୟତା ମିଳିବା ଦ୍ୱାରା ଶିଳ୍ପ ଓ ଶିକ୍ଷାବିତଙ୍କ ମଧ୍ୟରେ ସମନ୍ୱୟ ତିଆରି ହେବା ସହ ଅତ୍ୟାଧୁନିକ ଗବେଷଣାକୁ ପ୍ରୋତ୍ସାହନ ମିଳିବ ।

ଧର୍ମେନ୍ଦ୍ର ପ୍ରଧାନ

75 ବର୍ଷର ଏୈତିହ୍ୟ ଏବଂ ପରମ୍ପରାର ଉତ୍କଳ ବିଶ୍ୱବିଦ୍ୟାଳୟ ଓଡ଼ିଶାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଏବଂ ଶିଳ୍ପଯୋଗୀ ମାନବସମ୍ବଳକୁ ଦୁଷ୍ଟିରେ ରଖି ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଭାବରେ ମାନ୍ୟତା ଦେବାକୁ ବ୍ୟକ୍ତିଗତ ଭାବରେ ହସ୍ତକ୍ଷେପ କରିବା ପାଇଁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି । ବିହାର ଓ ଆନ୍ଧ୍ରପ୍ରଦେଶ ଭଳି ପଡୋଶୀ ରାଜ୍ୟରେ 4ଟି ଓ 3ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ରହିଥିବା ବେଳେ ଓଡ଼ିଶାର କୋରାପୁଟରେ କେବଳ ଗୋଟିଏ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ରହିଛି ବୋଲି ସେ ଚିଠିରେ ଉଲ୍ଲେଖ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+