ଭୋଟ ଦେଉଛି ପଦ୍ମପୁର: ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ, ପୁଲିଂ ବୁଥ୍ ଗୁଡିକରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୋଟ ଦେଉଛି ପଦ୍ମପୁର: ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ, ପୁଲିଂ ବୁଥ୍ ଗୁଡିକରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ପଦ୍ମପୁର: ଭୋଟ ଦେଉଛି ପଦ୍ମପୁର । ଶୀତୁଆ ସକାଳୁ ଲମ୍ବା ଧାଡିରେ ଠିଆ ହୋଇ ଭୋଟ୍ ଦେଉଛନ୍ତି ପଦ୍ମପୁରବାସୀ । ମତଦାନ କରିବା ପାଇଁ ଲୋକଙ୍କ ମଧ୍ୟ ଉତ୍ସାହ । ଆଜି ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ଅପରାହ୍ନ ୪ ଟା ଯାଏଁ ଚାଲିବ ଭୋଟିଂ । ୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଅଢେଇ ଲକ୍ଷରୁ ଉର୍ଦ୍ଧ୍ୱ ଭୋଟର । ୩୧୯ ବୁଥରେ ଚାଲିଛି ମତଦାନ, ୧୨୭୬ ପୋଲିଂ ଅଧିକାରୀ ନିଯୁକ୍ତି ।

election

ପଦ୍ମପୁର ଭୋଟିଂ ପାଇଁ ୧୨୭୬ ପୋଲିଂ ଅଧକାରୀ ନିଯୁକ୍ତ ହୋଇଛନ୍ତି । ସାଇଲେନ୍ସ ପିରିୟଡରେ ଚେକିଂ କଡ଼ାକଡି କରିବାକୁ ଜିଲ୍ଲାପାଳ ଓ ଏସପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଭୋଟିଂ ଲାଗି ମୋଟ ୩୧୯ଟି ବୁଥ୍ କରାଯାଇଛି । ୬ଟି ପିଙ୍କ୍ ବୁଥ୍ ହୋଇଥିବା ବେଳେ ୧୫ଟି ମଡେଲ୍ ବୁଥ୍ ହୋଇଛି । ୭୪ଟି ବୁଥ୍ ନକ୍ସଲ ପ୍ରଭାବିତ ଅଞ୍ଚଳରେ ରହିଛି । ସେହିପରି ୭୮ଟି ସମ୍ବେଦନଶୀଳ ବୁଥ ଚିହ୍ନଟ କରାଯାଇଛି । ଭୋଟ୍ ଗ୍ରହଣ ପାଇଁ ୯ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ସମେତ ମୋଟ ୪୧ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ୫୦ପ୍ରତିଶତ ବୁଥରେ ୱେବ କାଷ୍ଟିଂ ହେବ। ପଦ୍ମପୁର ପାଇଁ ପ୍ରଦୀପ ପୁରୋହିତଙ୍କୁ ବିଜେପି ପ୍ରାର୍ଥୀ କରିଥିବା ବେଳେ ବିଜେଡି ବର୍ଷା ସିଂ ବରିହାଙ୍କୁ ପ୍ରାର୍ଥୀ କରିଛି । ସେହିପରି କଂଗ୍ରେସ ସତ୍ୟଭୂଷଣ ସାହୁଙ୍କୁ ପ୍ରାର୍ଥୀ କରିଛି ।

ସୂଚନାଯୋଗ୍ୟ, ବିଜୟ ରଞ୍ଜନ ସିଂ ବରିହାଙ୍କ ପରଲୋକ ପରେ ପଦ୍ମପୁରରେ ଉପନିର୍ବାଚନ ହେଉଛି । ଆସନ୍ତାକାଲି ଭୋଟ୍ ଗ୍ରହଣ ହେବାକୁ ଥିବା ବେଳେ ଡିସେମ୍ବର ୮ ତାରିଖରେ ପ୍ରକାଶ ପାଇବ ଫଳାଫଳ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+