ବାରବାଟୀ ଭାରତ-ଇଂଲଣ୍ଡ ଦିନିକିଆ : ପ୍ରଥମ ଟିକେଟ ଜଗନ୍ନାଥଙ୍କୁ ପ୍ରଦାନ, ମୁଖ୍ୟମନ୍ତ୍ରୀ କିଣିଲେ ଟିକେଟ୍
କଟକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ ପାଇଁ ପ୍ରଥମ ଟିକେଟ ପୁରୀ ମହାପ୍ରଭୁ ଜଗନ୍ନାଥ ମନ୍ଦିରକୁ ପ୍ରଦାନ କରିଛନ୍ତି ଓସିଏସମ୍ପାଦକ ସଞ୍ଜୟ ବେହେରା । ବାରବାଟୀ ଷ୍ଟାଡିୟମରେ କିଭଳି ମ୍ୟାଚ ସୁରୁଖୁରୁରେ ହେବ ସେନେଇ ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା କରିଛନ୍ତି । ଫେବ୍ରୁଆରୀ ୯ରେ ବାରବାଟୀରେ ଟିମ ଇଣ୍ଡିଆ - ଇଂଲଣ୍ଡ ମଧ୍ୟରେ ମୁକାବିଲା ହେବ ।
ଏପଟେ ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ । ମ୍ୟାଚର ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଓସିଏ ପ୍ରତିନିଧିମଣ୍ଡଳ । ଓସିଏ କାର୍ଯ୍ୟକାରୀ ସଭାପତି ପଙ୍କଜ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା ଓ ଅନୁଗୁଳ ବିଧାୟକ ପ୍ରତାପ ପ୍ରଧାନ ଭେଟିଥିଲେ । ଫେବ୍ରୁଆରୀ ୯ରେ ହେବ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ ମ୍ୟାଚ ।

ସୂଚନାଯୋଗ୍ୟ ଯେ, ଆସନ୍ତା ଫେବୃଆରୀ ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯିବ ଦିନିକିଆ ମ୍ୟାଚ୍ । ଏଥିପାଇଁ ଓସିଏ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି । ପ୍ରଥମେ ଷ୍ଟାଡିୟମର ଭିତ୍ତିଭୂମି ସଜଡ଼ା ଯାଇଥିବା ବେଳେ ଏବେ ବିଭିନ୍ନ କାମକୁ ନେଇ ତର୍ଜମା କରାଯାଉଛି । ତେବେ ଏଥର ବଦଳିପାରେ ବାରବାଟୀ ଦିନିକିଆ ପାଇଁ ଗ୍ୟାଲେରି ଟିକଟ୍ କାଉଣ୍ଟର ସ୍ଥାନ। ପୂର୍ବ କାଉଣ୍ଟର ସ୍ଥାନ ବଦଳାଇ ଷ୍ଟାଡିୟମ୍ ନିକଟରେ ନୂତନ ସ୍ଥାନରେ ଟିକଟ କାଉଣ୍ଟର କରିବାକୁ କମିଶନରେଟ ପୋଲିସର ଯୋଜନା ରଖିଛି । ନିକଟରେ କଟକ ଡିସିପି ଜଗମୋହନ ମୀନାଙ୍କ ସମେତ ବରିଷ୍ଠ ଅଧିକାରୀ, ଓସିଏ କର୍ତ୍ତୁପକ୍ଷଙ୍କ ସହ ମ୍ୟାଚ୍ ପରିଚାଳନା ଦାୟିତ୍ଵରେ ଥିବା ଅଧିକାରୀ ବାରବାଟି ଷ୍ଟାଡିୟମ୍ ବୁଲି ଦେଖିଛନ୍ତି । ଏହାସହ ଟିକଟ ବିକ୍ରି ହେବାକୁ ଥିବା କାଉଣ୍ଟର ସବୁ କିଛି ଅନୁଧ୍ୟାନ କରିଛନ୍ତି । ଚଳିତ ବର୍ଷ ନୂତନ ସ୍ଥାନରେ ଗ୍ୟାଲେରୀ ଟିକଟ ବିକ୍ରି କରିବାକୁ ରୋଡ ମ୍ୟାପ ପ୍ରସ୍ତୁତ କରୁଛି କମିଶନରେଟ ପୋଲିସ । ବାରବାଟି ଦିନିକିଆରେ ଭିଡ଼ ନିୟନ୍ତ୍ରଣ, ଟ୍ରାଫିକ ବ୍ୟବସ୍ଥା, ଜନ ସାଧାରଣଙ୍କ ସୁରକ୍ଷା ସହ ଦର୍ଶକ କିଭଳି ଭଲ ଭାବରେ ଖେଳ ଦେଖି ଫେରିବେ ତାହା ପୋଲିସ ପାଇଁ ଏକ ବଡ଼ ଚାଲେଞ୍ଜ ବୋଲି କହିଛନ୍ତି ଡିସିପି।












Click it and Unblock the Notifications