ଅନିର୍ଦ୍ଧିଷ୍ଟ କାଳ ପାଇଁ ସ୍ଥଗିତ ରହିଲା ଆଇପିଏଲ 2021
ଅନିର୍ଦ୍ଧିଷ୍ଟ କାଳ ପାଇଁ ସ୍ଥଗିତ ରହିଲା ଆଇପିଏଲ 2021 । ଦେଶରେ ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛି ବିସିସିଆଇ ।
ନୂଆଦିଲ୍ଲୀ: ଅନିର୍ଦ୍ଧିଷ୍ଟ କାଳ ପାଇଁ ସ୍ଥଗିତ ରହିଲା ଆଇପିଏଲ 2021। ଟୁର୍ଣ୍ଣାମେଣ୍ଟ ସହ ଜଡିତ ଏକାଧିକ ଖେଳାଳି ଓ ସହକାରୀ ସଦସ୍ୟଙ୍କ ଠାରେ କରୋନା ସଂକ୍ରମଣ ଚିହ୍ନଟ ହେବା ପରେ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛି ବିସିସିଆଇ । ଆଇପିଏଲ ଗଭର୍ଣ୍ଣିଂ ବୋର୍ଡର ଅଧକ୍ଷ୍ୟ ବ୍ରିଜେସ ପଟେଲ ଆଇପିଏଲ ସ୍ଥଗିତ ହେବା ନେଇ ସୂଚନା ଦେଇଛନ୍ତି ।
ଆମେ ବର୍ତ୍ତମାନ ଆଇପିଏଲ୍ ସ୍ଥଗିତ ରଖିଛୁ। ପରେ ନୂତନ ଖେଳସୂଚୀ ନିର୍ଦ୍ଧାରିତ କରାଯାଇ ଟୁର୍ଣ୍ଣାମେଣ୍ଟ ଆୟୋଜନ କରାଯିବ ବୋଲି ବିସିସିଆଇ ଅଧ୍ୟକ୍ଷ ରାଜୀବ ଶୁକ୍ଳା କହିଛନ୍ତି ।

ତେବେ ଗତକାଲି (ସୋମବାର) କୋଲକାତା ନାଇଟ୍ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ହେବାକୁ ଥିବା ମ୍ୟାଚ ବନ୍ଦ ହେବା ପରେ ଏହି ନିଷ୍ପତ୍ତି ନେବା ପାଇଁ ବିସିସିଆଇ ଚିନ୍ତା କରିଥିଲା । ନାଇଟ୍ ରାଇଡର୍ସ ସ୍ପିନର ବରୁଣ ଚକ୍ରବର୍ତ୍ତୀ ଏବଂ ସନ୍ଦୀପ ୱାରିଅର୍ କୋଭିଡ ପଜିଟିଭ ଚିହ୍ନଟ ହୋଇଥିଲେ । ସେହିପରି ଆଜି ଦିଲ୍ଲୀ କ୍ୟାପିଟାଲ୍ସର ଅମିତ ମିଶ୍ର ଏବଂ ରିଦ୍ଧିମାନ ସାହା ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଟୁର୍ଣ୍ଣାମେଣ୍ଟ ସହ ଜଡିତ ଏତେ ସଂଖ୍ୟକ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେବା ପରେ ସଂକ୍ରମଣକୁ ଏଡାଇବା ପାଇଁ ବିସିସିଆଇ ଆଇପିଏଲ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications