Get Updates
Get notified of breaking news, exclusive insights, and must-see stories!

ଭବ୍ୟ ସ୍ୱାଗତ ପରେ ପୁରସ୍କାର ବର୍ଷା: ଅଲିମ୍ପକ୍ସ ହକି ହିରୋଙ୍କୁ ରାଜଧାନୀରେ ରାଜକୀୟ ସମ୍ବର୍ଦ୍ଧନା ଦେଲେ ନବୀନ

ଲୋକସେବା ଭବନରେ ଭାରତୀୟ ମହିଳା ଓ ପୁରୁଷ ହକି ଦଳକୁ ପୁରସ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଭୟ ମହିଳା ଓ ପୁରୁଷ ଦଳର ୧୩ ଜଣଙ୍କୁ ପୁରସ୍କୃତ କରିଥିଲେ।

ଭୁବନେଶ୍ୱର: ଲୋକସେବା ଭବନରେ ଭାରତୀୟ ମହିଳା ଓ ପୁରୁଷ ହକି ଦଳକୁ ପୁରସ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଭୟ ମହିଳା ଓ ପୁରୁଷ ଦଳର ୧୩ ଜଣଙ୍କୁ ପୁରସ୍କୃତ କରିଥିଲେ।

Indian Hockey Team

ଗୋଲ ରକ୍ଷା ପାଇଁ ଗୋଲକିପର ସବିତା ପୁଣିଆଙ୍କୁ ୫ ଲକ୍ଷ, ବେଷ୍ଟ ଡିଫେଣ୍ଡର ଭାବେ ଦୀପଗ୍ରେସ ଏକ୍କାଙ୍କୁ ୫ ଲକ୍ଷ, ସୁଶୀଳା ଚାନୁଙ୍କୁ ୫ ଲକ୍ଷ, ଗୋଲ ଆସିଷ୍ଟ ପାଇଁ ରାଣୀ ରାମପାଲ ଓ ନବନିତ କୌରଙ୍କୁ ୫ ଲକ୍ଷ। ଗୁରଜିତ କୌର ଏବଂ ବନ୍ଦାଣ କାଟେରିଆଙ୍କୁ ସର୍ବାଧିକ ଗୋଲ ପାଇଁ ୫ ଲକ୍ଷ ଲେଖାଏଁ ପ୍ରଦାନ କରାଯାଇଛି ।

ସେହିପରି ଅଧିକ ଗୋଲ ରକ୍ଷା କରିଥିବାରୁ ଶ୍ରୀଜେସଙ୍କୁ ୫ ଲକ୍ଷ ପ୍ରଦାନ କରାଯାଇଛି । ଡିଫେନ୍ସ ପାଇଁ ରୂପିନ୍ଦର ପାଲଙ୍କୁ ୫ଲକ୍ଷ, ହରମନ ପ୍ରୀତ ସିଂହଙ୍କୁ ସର୍ବାଧିକ ଗୋଲ ଓ ମିଡ ଫିଲଡ଼ରେ ଭଲ ପାଇଁ ୧୦ ଲକ୍ଷ ଓ ମିଡ ଫିଲ୍ଡରେ ଭଲ ପ୍ରଦର୍ଶନ ପାଇଁ ଅମିତ ରୋହି ଦାସଙ୍କୁ ୫ ଲକ୍ଷ ପ୍ରଦାନ କରାଯାଇଛି । ଏଥିସହ ପ୍ରତ୍ୟେକ ମହିଳା ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଓ ଦଳର ସହଯୋଗୀ କାର୍ଯ୍ୟକର୍ତ୍ତାଙ୍କୁ ୫ ଲକ୍ଷ ଲେଖାଏଁ ପ୍ରଦାନ କରାଯାଇଛି । ସେହିପରି ହକି ଇଣ୍ଡିଆ ସଭାପତିଙ୍କୁ ୫୦ ଲକ୍ଷ ଟଙ୍କାର ଅର୍ଥରାଶି ପୁରସ୍କାର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଏହାଛଡ଼ା ଟୋକିଓ ଅଲିମ୍ପିକ୍ସରେ ଏଫଆଇଏଚ୍ ମେଡିକାଲ୍ ଅଫିସର ଭାବେ କାମ କରିଥିବା ବିଭୁକଲ୍ୟାଣ ନାୟକଙ୍କୁ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ମଧ୍ୟ ହକି ଇଣ୍ଡିଆ ସଭାପତି ଜ୍ଞାନେନ୍ଦ୍ର ନିଙ୍ଗୋମବାମ, ହକି ଇଣ୍ଡିଆର ଜେନେରାଲ୍ ସେକ୍ରେଟାରୀ ରାଜିନ୍ଦର ସିଂହ, ହକି ଇଣ୍ଡିଆ ସିଇଓ ଏଲିନା ନର୍ମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ହକି ଇଣ୍ଡିଆକୁ ୫୦ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ। ସେହିପରି ହକି ଇଣ୍ଡିଆ ପ୍ରତି ନିସର୍ତ୍ତ ସମର୍ଥନ ପାଇଁ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ ଆଇଓଏର ସଭାପତି ନରିନ୍ଦର ବାତ୍ରା।

ଏହା ପୂର୍ବରୁ ମଙ୍ଗଳବାର ସକାଳେ ଖେଳାଳିମାନେ କଳିଙ୍ଗ ଷ୍ଟାଡିୟମରେ ପହଞ୍ଚିଥିଲେ। ସେଠାରେ ଖେଳାଳିଙ୍କ ଫଟୋସୁଟ୍ ହୋଇଥିଲା। ମଙ୍ଗଳବାର ସକାଳେ ଉଭୟ ଟିମର ଖେଳାଳି ଭୁବନେଶ୍ୱରରେ ପହଞ୍ଚିଥିଲେ। ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। କଡ଼ା ସୁରକ୍ଷା ମଧ୍ୟରେ ଖେଳାଳିଙ୍କୁ ସ୍ୱତନ୍ତ୍ର ବସରେ ହୋଟେଲକୁ ନିଆଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+