Hockey India League: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି ହକି ଇଣ୍ଡିଆ ଲିଗ୍
ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି ହକି ଇଣ୍ଡିଆ ଲିଗ୍ । ଆଉ ଏଥିରେ ଅଂଶଗ୍ରହଣ କରୁଥିବା ଓଡିଶା ଫ୍ରାଞ୍ଚାଇଜ କଳିଙ୍ଗ ଲାନ୍ସର୍ସର ଜର୍ସି, ମାସ୍କଟ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଉନ୍ମୋଚନ ହୋଇଛି । ଦୁଇଟି ଜର୍ସି ରହିଛି । ଉଭୟରେ ଓଡିଶାର ଇତିହାସ, କଳା ଆଦି ପ୍ରତିଫଳିତ ହୋଇଛି ।
ମାସ୍କଟର ନାମ 'ଜିତ' ରହିଛି। ଚଳିତବର୍ଷ ଟିମ ବେଶ ସନ୍ତୁଳିତ ରହିଛି । ରାଜ୍ୟରୁ ଆଠ ଜଣ ଖେଳାଳି ଏଥିରେ ସାମିଲ ହୋଇଛନ୍ତି । ହକି ଇଣ୍ଡିଆ ଲିଗରେ ଟିମ୍ଭଲ ପ୍ରଦର୍ଶନ କରିବ ବୋଲି ସମସ୍ତେ ଆଶାବାଦୀ ଅଛନ୍ତି ।
ଏହି ଅବସରରେ କ୍ରୀଡାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, କ୍ରୀଡା ସଚିବ ଭାସ୍କର ଜ୍ୟୋତି ଶର୍ମା, ବେଦାନ୍ତ ସିଇଓ ସୁନୀଲ ଗୁପ୍ତା ପ୍ରମୁଖ ଯୋଗଦେଇଥିଲେ ।

ଏଥର ଏଚଆଇଏଲରେ ପୁରୁଷ ବର୍ଗରେ ୮ଟି ଟିମ୍ ସାମିଲ ହୋଇଥିବା ବେଳେ ମହିଳା ବର୍ଗରେ ୬ଟି ଟିମ୍ ଖେଳିବେ । ଓଡ଼ିଶାର ରାଉରକେଲାରେ ପୁରୁଷ ଓ ଝାଡ଼ଖଣ୍ଡର ରାଞ୍ଚିରେ ଖେଳାଯିବ ମହିଳା ଲିଗର ସବୁ ମ୍ୟାଚ୍ ।
ପୁରୁଷ ବର୍ଗରେ ଓଡ଼ିଶା ବ୍ୟତୀତ ଚେନ୍ନାଇ, ଲକ୍ଷ୍ନୌ, ପଞ୍ଜାବ, ହରିୟାଣା, ପଶ୍ଚିମ ବଙ୍ଗ, ଦିଲ୍ଲୀ, ହାଇଦ୍ରାବାଦ ଏବଂ ରାଞ୍ଚି ଦଳ ରହିଛି । ସେହିପରି ମହିଳା ବର୍ଗରେ ହରିଆଣା, ୱେଷ୍ଟ ବେଙ୍ଗଲ, ଦିଲ୍ଲୀ ଓ ଓଡ଼ିଶା ସମେତ ଆଉ ଦୁଇଟି ଦଳ ରହିବେ । ପ୍ରତି ଦଳରେ ରହିବେ ୨୪ ଜଣ ଖେଳାଳି। ସେମାନଙ୍କ ମଧ୍ୟରେ ୧୬ ଜଣ ଭାରତୀୟ ଏବଂ ୮ ଜଣ ବିଦେଶୀ ଖେଳାଳି ରହିବେ ।
ଡିସେମ୍ବର ୨୮ ତାରିଖରେ ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ହକି ଇଣ୍ଡିଆ ଲିଗର ଆସନ୍ତା ସଂସ୍କରଣର ଉଦଘାଟନୀ ସମାରୋହ ହେବ । ଆଉ ଫେବ୍ରୁଆରୀ ୧ ତାରିଖରେ ଏଠାରେ ପୁରୁଷ ଟିମର ଫାଇନାଲ ଖେଳାଯିବ । ସେହିପରି ମହିଳା ଲିଗର ଫାଇନାଲ ଜାନୁଆରୀ ୨୬ ତାରିଖରେ ରାଞ୍ଚିରେ ଖେଳାଯିବ ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications