ହକି ବିଶ୍ୱକପ: ଦେଶର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ରାଜ୍ୟ ସରକାର

ହକି ବିଶ୍ୱକପ: ଦେଶର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଓଡ଼ିଶାର ମନ୍ତ୍ରୀ ମାନେ ଦେଶ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିମନ୍ତ୍ରଣ କରୁଛନ୍ତି ।

ହକି ବିଶ୍ୱକପ: ଓଡ଼ିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍ ପାଇଁ ଦେଶର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଓଡ଼ିଶାର ମନ୍ତ୍ରୀ ମାନେ ଦେଶ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିମନ୍ତ୍ରଣ କରୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ତରଫରୁ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଉତ୍ତରପ୍ରଦେଶ ସିଏମ୍ ଯୋଗୀ ଆଦିତ୍ୟନାଥଙ୍କ ସହ ଦେଖାକରି ନିମନ୍ତ୍ରଣ ପତ୍ର ସହ ହକି ଜର୍ସି ଏବଂ ରୁପାର ଅଶୋକ ଚକ୍ର ପ୍ରଦାନ କରି ନିମନ୍ତ୍ରଣ କରିଛନ୍ତି ।

Hockey World Cup

ସେହିପରି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଚେନ୍ନାଇଠାରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାଲିନଙ୍କୁ ଏବଂ କ୍ରୀଡାମନ୍ତ୍ରୀ ଉଦୟନାଥଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ତରଫରୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି । ସେପଟେ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ବିହାରର ରାଜଧାନୀ ପାଟନା ଯାଇ ସିଏମ୍ ନୀତିଶ କୁମାରଙ୍କୁ ମଧ୍ୟ ନିମନ୍ତ୍ରଣ କରିଛନ୍ତି । ଝାଡ଼ଖଣ୍ତ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମଧ୍ୟ ହକି ବିଶ୍ୱ କପରେ ଯୋଗ ଦେବା ପାଇଁ ଜର୍ସି ଏବଂ ରୁପାର ଅଶୋକ ଚକ୍ର ପ୍ରଦାନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ମନ୍ତ୍ରୀ ଜଗନ୍ନାଥ ସରାକା ରାଞ୍ଚି ଯାଇ ନିମନ୍ତ୍ରଣ କରିଛନ୍ତି । ସେହିପରି ଆନ୍ଦ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡିଙ୍କୁ ଭେଟି ହକି ବିଶ୍ୱକପ୍ ପାଇଁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି ମନ୍ତ୍ରୀ ଅଶୋକ ପଣ୍ତା ।

hockey world cup

ସୂଚନାଥାଉ ଯେ, ଆସନ୍ତା ଜାନୁଆରୀ ୧୩ ତାରିଖରୁ ରାଉରକେଲାର ବିର୍ଷା ମୁଣ୍ତା ଷ୍ଟାଡିୟମ୍, ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ହକି ବିଶ୍ୱ କପ୍ ଆରମ୍ଭ ହେବା ପାଇଁ ଯାଉଛି । ଯେଉଁଥି ପାଇଁ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ଓଡ଼ିଶା ନିମନ୍ତ୍ରଣ କରିବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିଲା ଯାହା ପରେ ୧୯ ଜଣ ମନ୍ତ୍ରୀ ପ୍ରତ୍ୟେକ ରାଜ୍ୟକୁ ଯାଇ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+