ସୁଭଦ୍ରା ହିତାଧିକାରୀ ବଞ୍ଚିତ ଥିଲେ ପୋର୍ଟାଲରେ ଅଭିଯୋଗ କରନ୍ତୁ: ପ୍ରଭାତୀ ପରିଡା
ସୁଭଦ୍ରା' ଚତୁର୍ଥ ପର୍ଯ୍ୟାୟ କିସ୍ତି ନେଇ ଉପମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ । ବର୍ତ୍ତମାନ ପାଇଁ ଚତୁର୍ଥ ପର୍ଯ୍ୟାୟ କିସ୍ତି ପ୍ରଦାନକୁ ସ୍ଥଗିତ ରଖାଯାଇଛି ।
ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ଚତୁର୍ଥ ପର୍ଯ୍ୟାୟ ସ୍ଥଗିତ ରହିଛି । ସବୁ ପ୍ରକାର ଯାଞ୍ଚ ସରିଲେ, ଚତୁର୍ଥ ପର୍ଯ୍ୟାୟ ପ୍ରଦାନ କରାଯିବ । ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିବା ଆଶା ରହିଛି ।
ସୁଭଦ୍ରା ହିତାଧିକାରୀ ବଞ୍ଚିତ ଥିଲେ ପୋର୍ଟାଲରେ ଅଭିଯୋଗ କରନ୍ତୁ। ହିତାଧିକାରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପରାମର୍ଶ । ଯଦି ବାୟୋମେଟ୍ରିକରେ E-KYC ଶେଷ ଦେଖାଉଛି, ଅଚିନ୍ତା ରୁହନ୍ତୁ। OTP ଜରିଆରେ E-KYC କରିଥିଲେ ବି ବାୟୋମେଟ୍ରିକ କରନ୍ତୁ ।ଗାଁରେ ଏବେ ଫିଲ୍ଡ ଭେରିଫିକେସନ୍ ଚାଲିଛି, ସମସ୍ତେ ସହଯୋଗ କରନ୍ତୁ । ବ୍ଲକ ଅଫିସ, ସରପଞ୍ଚ ଓ ଅଙ୍ଗନବାଡି କର୍ମୀଙ୍କୁ ଅଭିଯୋଗ ଜଣାନ୍ତୁ' । ମଣ୍ଡିରେ ୫ ଏକର ଜମି ଥିବା ଦର୍ଶାଇଥିଲେ ରିଜେକ୍ଟ ଲିଷ୍ଟରେ ନାଁ ଆସିବ । ଭୁଲବଶତଃ ଉଲ୍ଲେଖ କରିଥିଲେ ପୋର୍ଟାଲ ଜରିଆରେ ଅଭିଯୋଗ କରନ୍ତୁ ।

ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟରେ ଆଉ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦେଇ କୋଟିଏ ହିତାଧିକାରୀଙ୍କୁ ସାମିଲ କରିବାକୁ ସ୍ଥିର କରିଛି ବିଭାଗ ।ସୁଭଦ୍ରା ଯୋଜନାକୁ ନେଇ ନଭେମ୍ବର ୨୬ରେ ବଡ଼ ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆସନ୍ତା ବର୍ଷ ମାର୍ଚ୍ଚ ୭ 'ସୁଭଦ୍ରା' ଆବେଦନର ଡେଡଲାଇନ୍ । ୨୦୨୫ ମାର୍ଚ୍ଚ ୭ 'ସୁଭଦ୍ରା' ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । ଏନେଇ ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମାର୍ଚ୍ଚ ୮ ମହିଳା ଦିବସରେ ଦ୍ବିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ । ବର୍ତ୍ତମାନ ସୁଦ୍ଧା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟରେ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଯାଇଛି । ୩ଟି ପର୍ଯ୍ୟାୟରେ ମୋଟ୍ ୮୦ ଲକ୍ଷ ୩୫ ହଜାର ମହିଳାଙ୍କୁ ସୁଭଦ୍ରା ସହାୟତା ରାଶି ମିଳିସାରିଲାଣି । ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟରେ ଆଉ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦେଇ କୋଟିଏ ହିତାଧିକାରୀଙ୍କୁ ସାମିଲ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି ।












Click it and Unblock the Notifications