ପନ୍ତଙ୍କ ଶାନଦାର ଶତକ, ଦୁଇ ଅଙ୍କ ଛୁଇଁ ପାରିଲେନି 8 ଜଣ: ଦକ୍ଷିଣ ଆଫ୍ରିକାକୁ ୨୧୨ ରନର ଟାର୍ଗେଟ୍

ଭାରତ ବନାମ ଦକ୍ଷିଣ ଆଫ୍ରିକା ତୃତୀୟ ଟେଷ୍ଟ ମ୍ୟାଚର ଦ୍ୱିତୀୟ ଇଂନିସରେ ଶାନଦାର ଶତକ ହାସଲ କରିଛନ୍ତି ଋଷବ ପନ୍ତ । ପନ୍ତଙ୍କ ଶତକ ବଳରେ ଭାରତ ଦ୍ୱିତୀୟ ଇନିଂସରେ ୧୯୮ ରନ୍ କରି ଅଲଆଉଟ୍ ହୋଇଛି।

କେପଟାଉନ୍: ଭାରତ ବନାମ ଦକ୍ଷିଣ ଆଫ୍ରିକା ତୃତୀୟ ଟେଷ୍ଟ ମ୍ୟାଚର ଦ୍ୱିତୀୟ ଇଂନିସରେ ଶାନଦାର ଶତକ ହାସଲ କରିଛନ୍ତି ଋଷବ ପନ୍ତ । ପନ୍ତଙ୍କ ଶତକ ବଳରେ ଭାରତ ଦ୍ୱିତୀୟ ଇନିଂସରେ ୧୯୮ ରନ୍ କରି ଅଲଆଉଟ୍ ହୋଇଛି। ଏଥିସହ ଦକ୍ଷିଣ ଆଫ୍ରିକା ଆଗରେ ୨୧୨ ରନର ଟାର୍ଗେଟ୍ ଧାର୍ଯ୍ୟ କରିଛି ଭାରତ।

IND vs SA

ତେବେ ପନ୍ତଙ୍କୁ ଛାଡି ଦେଲେ ଅନ୍ୟ 8 ବ୍ୟାଟ୍ସମ୍ୟାନ ଦୁଇ ଅଙ୍କ ଛୁଇଁ ପାରି ନାହାନ୍ତି । ଅଧିନାୟକ ବିରାଟ କୋହଲି 29 ରନ କରିଥିବା ବେଳେ ଉପ-ଅଧିନାୟକ କେଏଲ ରାହୁଲ ମାତ୍ର 10 ରନ କରି ପାରିଛନ୍ତି । ପନ୍ତ ମାତ୍ର ୧୩୯ ବଲରେ ୬ ଚୌକା ଓ ୪ ଛକା ସହ ଅପରାଜିତ ୧୦୦ ରନ୍ କରିଛନ୍ତି।

ପ୍ରଥମ ଇନିଂସରେ ୧୩ ରନର ଅଗ୍ରଣୀ ହାସଲ କରିଥିବା ଭାରତ ଦ୍ୱିତୀୟ ପାଳିରେ ମଧ୍ୟ ନୈରାଶ୍ୟଜନକ ବ୍ୟାଟିଂ କରିଥିଲା। ପ୍ରଥମ ଇନିଂସରେ ୭୯ ରନର ଇନିଂସ୍ ଖେଳିଥିବା କ୍ୟାପଟେନ୍ ବିରାଟ୍ କୋହଲି ଧୀମା ବ୍ୟାଟିଂ କରି ମାତ୍ର ୨୯ ରନରେ ପ୍ୟାଭିଲିୟନ୍ ଫେରିଥିଲେ। ତାଙ୍କୁ ଲୁଙ୍ଗି ଏନଗିଡି ଆଉଟ୍ କରିଥିଲେ। ପୂର୍ବଦିନର ଅପରାଜିତ ବ୍ୟାଟ୍ସମ୍ୟାନ୍ ଚେତେଶ୍ୱର ପୂଜାରା (୯) ଓ ଆଉଟ୍ ଅଫ୍ ଫର୍ମ ଅଜିଙ୍କ୍ୟ ରାହାଣେ (୧) ପୁଣି ଫେଲ୍ ମାରିଥିଲେ।

ୱିକେଟ୍ କିପର ବ୍ୟାଟ୍ସମ୍ୟାନ୍ ପନ୍ତ ଏକାକୀ ଭାରତ ପାଇଁ ଲଢ଼ିଥିବା ବେଳେ ତାଙ୍କୁ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ୍ ସହଯୋଗ କରିନଥିଲେ। ପନ୍ତ ୧୩୩ ବଲରେ ନିଜର ଚତୁର୍ଥ ଟେଷ୍ଟ ଶତକ ପୂରଣ କରିଥିଲେ। ଦକ୍ଷିଣ ଆଫ୍ରିକାରେ ଏହା ତାଙ୍କର ପ୍ରଥମ ଶତକ। ଅନ୍ୟମାନଙ୍କ ମଧ୍ୟରେ ରବିଚନ୍ଦ୍ରନ୍ ଅଶ୍ୱିନ୍ (୭), ଶାର୍ଦ୍ଦୁଲ ଠାକୁର (୫), ଉମେଶ ଯାଦବ (୦), ମହମ୍ମଦ ଶାମି (୦), ଯଶପ୍ରୀତ ବୁମରା (୨) ନିରାଶ କରିଥିଲେ। ଦକ୍ଷିଣ ଆଫ୍ରିକା ପକ୍ଷରୁ ମାର୍କୋ ଜାନସେନ୍ ୪ଟି ୱିକେଟ୍ ନେଇଥିବା ବେଳେ କାଗିସୋ ରବାଡା ଓ ଏନଗିଡି ୩ଟି ଲେଖାଏଁ ୱିକେଟ୍ ହାସଲ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+