ଅଷ୍ଟ୍ରେଲିଆ ସମ୍ମୁଖରେ ୨୦୬ ରନର ଟାର୍ଗେଟ ରଖିଲା ଭାରତ
ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ଶେଷ ସୁପର-୮ ମ୍ୟାଚ୍ରେ ଅଷ୍ଟ୍ରେଲିଆ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଭାରତୀୟ ଦଳ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଥିଲା ।ଧାର୍ଯ୍ୟ ୨୦ ଓଭରରେ ଟିମ୍ ଇଣ୍ଡିଆ ୫ ୱିକେଟ ହରାଇ ୨୦୫ ରନ୍ କରିଛି ।

ଫଳରେ ଅଷ୍ଟ୍ରେଲିଆ ପାଇଁ ବିଜୟ ଲକ୍ଷ୍ୟ ୨୦୬ ରନ୍ ରହିଛି । ଟିମ୍ ଇଣ୍ଡିଆ ପକ୍ଷରୁ ରୋହିତ ଶର୍ମା ଧୂଆଁଧାର ବ୍ୟାଟିଂ କରି ୯୨ ରନ୍ କରିଥିବାବେଳେ ଋଷଭ ପନ୍ତ ୧୫ ରନ୍ କରିଥିଲେ । ସେହିପରି ସୂର୍ଯ୍ୟକୁମାର ଯାଦବ ୩୧ ରନ୍, ଶିବମ୍ ଦୁବେ ୨୮ ରନ୍, ହାର୍ଦ୍ଦିକ ପାଣ୍ଡ୍ୟା ୨୭ ରନ୍, ରବିନ୍ଦ୍ର ଜାଡେଜା ୯ ରନ୍ କରିଥିଲେ ।












Click it and Unblock the Notifications