Get Updates
Get notified of breaking news, exclusive insights, and must-see stories!

IPL ୨୦୨୬: ଆଜିଠୁ ଆଇପିଏଲ, ଡିପେଣ୍ଡିଂ ଚାମ୍ପିଅନ ଆରସିବିକୁ ଭେଟିବ ଏସ୍‌ଆରଏଚ୍

ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା । ଆରମ୍ଭ ହେବ କ୍ରିକେଟ ମହାସମର । ଆଇପିଏଲ୍ର ୧୯ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଶନିବାର ଡିଫେଣ୍ଡିଂ ଚାମ୍ପିଅନରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଉଦ୍ଘାଟନୀ ମୁକାବିଲା ଖେଳାଯିବ । ସନ୍ଧ୍ୟା ୭.୩୦ରେ ଏହି ମ୍ୟାଚ ଆରମ୍ଭ ହେବ । ଷ୍ଟାରସ୍ପୋର୍ଟ୍ସ ଓ ଜିଓ ହଟଷ୍ଟାର ଓଟିଟି ପ୍ଲାଟଫର୍ମରେ ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟର ସିଧା ପ୍ରସାରଣ କରାଯିବ ।

IPL 2026

RCB_SRH ଫାଇଟ୍:

ପ୍ରଥମ ମ୍ୟାଚ୍‌ରେ ମୁହାଁମୁହିଁ ହେବେ ଦୁଇ ଶକ୍ତିଶାଳୀ ଦଳ - ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ । ଏହି ମ୍ୟାଚ୍‌କୁ ନେଇ କ୍ରିକେଟ ମଇଦାନଠାରୁ ଆରମ୍ଭ କରି ସୋସିଆଲ ମିଡିଆ ପର୍ଯ୍ୟନ୍ତ ସବୁଠି ଉତ୍ସାହ ଦେଖିବାକୁ ମିଳୁଛି । କିନ୍ତୁ ଚଳିତ ବର୍ଷ ଆଇପିଏଲ ଉଦଘାଟନୀ ଉତ୍ସବ ଆୟୋଜନ କରାଯିବ ନାହିଁ । ବର୍ତ୍ତମାନ ପ୍ରଶ୍ନ ଉଠୁଛି, ଆଜି କାହାର ପଲା ଭାରି ରହିବ?

ଫୁଲ୍ ଫର୍ମରେ ଆରସିବି:

ବେଙ୍ଗାଲୁରୁ ଦଳର ସବୁଠାରୁ ବଡ଼ ଶକ୍ତି ହେଉଛି ସେମାନଙ୍କର ବ୍ୟାଟିଂ ଲାଇନ୍-ଅପ୍। ବିରାଟ କୋହଲିଙ୍କ ଅନୁଭବ ଏବଂ ଯୁବ ଖେଳାଳିଙ୍କ ଆକ୍ରମଣାତ୍ମକ ଶୈଳୀ ଦଳକୁ ଏକ ଦୃଢ଼ ସ୍ଥିତିରେ ରଖିଛି । ଚିନ୍ନାସ୍ୱାମୀ ଷ୍ଟାଡିୟମ୍ ହେଉ କିମ୍ବା ଅନ୍ୟ କୌଣସି ମଇଦାନ, ଆରିସିବିର ବ୍ୟାଟରମାନେ ବଡ଼ ସ୍କୋର କରିବାର କ୍ଷମତା ରଖନ୍ତି । ତେବେ ଡେଥ୍ ଓଭରରେ ବୋଲିଂ ଏବେ ମଧ୍ୟ ଆରସିବି ପାଇଁ ଏକ ଚିନ୍ତାର ବିଷୟ ହୋଇପାରେ। ଯଦି ବୋଲରମାନେ ରନ୍ ରୋକିବାରେ ସଫଳ ହୁଅନ୍ତି, ତେବେ ଆରସିବିକୁ ହରାଇବା କଷ୍ଟକର ହେବ।

କମ୍ ନୁହେଁ SRH:

ସେପଟେ, ସନରାଇଜର୍ସ ହାଇଦ୍ରାବାଦ ସବୁବେଳେ ନିଜର ଶାଣିତ ବୋଲିଂ ଏବଂ ବିସ୍ଫୋରକ ଓପନିଂ ପାଇଁ ଜଣାଶୁଣା । ଗତ ସିଜନ ଭଳି ଏଥର ମଧ୍ୟ ଦଳ ପାଖରେ ଟ୍ରାଭିସ୍ ହେଡ୍ ଏବଂ ଅଭିଷେକ ଶର୍ମାଙ୍କ ଭଳି ଖେଳାଳି ଅଛନ୍ତି, ଯେଉଁମାନେ ପାୱାରପ୍ଲେ'ରେ ମ୍ୟାଚ୍ର ଗତିପଥ ବଦଳାଇ ଦେଇପାରନ୍ତି। ହାଇଦ୍ରାବାଦର ମଧ୍ୟକ୍ରମ ବ୍ୟାଟିଂ ଏବଂ ଅଲରାଉଣ୍ଡରଙ୍କ ଉପସ୍ଥିତି ଦଳକୁ ସନ୍ତୁଳିତ କରୁଛି । ସେମାନଙ୍କ ପାଖରେ ଥିବା ବିଶ୍ୱସ୍ତରୀୟ ପେସ୍ ବୋଲରମାନେ ଆରସିବିର ବ୍ୟାଟରଙ୍କ ପାଇଁ କାଳ ସାଜିପାରନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+