ଗୋଟିଏ ଥ୍ରୋରେ ବିଶ୍ୱ ଆଥଲେଟିକ୍ସ ଚମ୍ପିଆନସିପର ଫାଇନାଲରେ ପହଞ୍ଚିଲେ ନୀରଜ ଚୋପ୍ରା
ନୂଆଦିଲ୍ଲୀ: ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନଶିପ ୨୦୨୩ରେ ଭାରତୀୟ ଆଥଲେଟ ନୀରଜ ଚୋପ୍ରା ଚମତ୍କାର ପ୍ରଦର୍ଶନ କରିଛନ୍ତି । ସେ ପୁରୁଷ ଜାଭେଲିନ ଥ୍ରୋ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଏହାସହ ସେ ପ୍ୟାରିସ ଅଲିମ୍ପିକ୍ସ ପାଇଁ ମଧ୍ୟ ଯୋଗ୍ୟତା ଅର୍ଜନ କରିଛନ୍ତି ।

ନୀରଜ ଚୋପ୍ରା ତାଙ୍କର ପ୍ରଥମ ଉଦ୍ୟମରେ ୮୮.୭୭ ମିଟର ଦୂର ପର୍ଯ୍ୟନ୍ତ ଭଲା ଫୋପାଡି ଫାଇନାଲରେ ନିଜର ସ୍ଥାନ ସୁରକ୍ଷିତ କରିପାରିଛନ୍ତି । କହିରଖୁ କି ଏହି ଚମ୍ପିଆନସିପରେ ଭାରତ ଏପର୍ଯ୍ୟନ୍ତ ସ୍ୱର୍ଣ୍ଣ ପଦକ ଜିତିପାରି ନାହିଁ । ସ୍ବିଡେନର ବୁଦାପେଷ୍ଟରେ ଆୟୋଜିତ ହେବାକୁ ଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନଶିପର ଫାଇନାଲ ମ୍ୟାଚ ୨୭ ଅଗଷ୍ଟରେ ଅନୁଷ୍ଠିତ ହେବ।
ଚଳିତ ସିଜନରେ ନୀରଜ ତାଙ୍କର ସର୍ବଶ୍ରେଷ୍ଠ ପ୍ରଦର୍ଶନ ଦେଇଛନ୍ତି । ଏହାପୂର୍ବରୁ, ୮୮.୬୭ ମିଟର ତାଙ୍କର ସର୍ବଶ୍ରେଷ୍ଠ ପ୍ରଦର୍ଶନ ଥିଲା । ସେ ପ୍ୟାରିସ ଅଲିମ୍ପିକ୍ସ ପାଇଁ ମଧ୍ୟ ଯୋଗ୍ୟତା ଅର୍ଜନ କରିଛନ୍ତି । ଆସନ୍ତା ବର୍ଷ ଜୁଲାଇ ୨୬ ରୁ ଅଗଷ୍ଟ ୧୧ ପର୍ଯ୍ୟନ୍ତ ପ୍ୟାରିସ ଅଲିମ୍ପିକ୍ସ ଅନୁଷ୍ଠିତ ହେବ ।












Click it and Unblock the Notifications