ନୀତା ଅମ୍ବାନୀ ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟିର ସଦସ୍ୟା ଭାବରେ ନିର୍ବାଚିତ
ପ୍ୟାରିସ୍: ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି(ଆଇଓସି) ପୁଣି ଥରେ ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କ ଉପରେ ବିଶ୍ୱାସ ପ୍ରକଟ କରିଛି । କମିଟି ପକ୍ଷରୁ ସର୍ବସମ୍ମତି କ୍ରମେ ତାଙ୍କୁ ଆଇଓସିର ସଦସ୍ୟା ଭାବରେ ନିର୍ବାଚିତ କରାଯାଇଛି।
ସମୁଦାୟ ୯୩ ଭୋଟର ସେମାନଙ୍କର ଭୋଟ୍ ଦେଇଛନ୍ତି ଏବଂ ସମସ୍ତ ୯୩ ଭୋଟ୍ ନୀତା ଅମ୍ବାନୀଙ୍କ ସପକ୍ଷରେ ରହିଛି, ଅର୍ଥାତ୍ ୧୦୦ ପ୍ରତିଶତ ସମର୍ଥନ । ୨୦୧୬ରେ ରିଓ ଡି ଜେନେରିଓ ଅଲିମ୍ପିକ୍ ଗେମ୍ସରେ ପ୍ରଥମ ଥର ପାଇଁ ନୀତା ଅମ୍ବାନୀ ଆଇଓସି ସଦସ୍ୟା ଭାବରେ ନିର୍ବାଚିତ ହୋଇଥିଲେ ।
ପୁନଃ ନିର୍ବାଚିତ ହେବା ନେଇ ନୀତା ଅମ୍ବାନୀ କହିଛନ୍ତି, "ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟିର ସଦସ୍ୟା ଭାବରେ ପୁନଃ ନିର୍ବାଚିତ ହୋଇଥିବାରୁ ମୁଁ ଅତ୍ୟନ୍ତ ସମ୍ମାନିତ ମନେକରୁଛି । ମୁଁ ସଭାପତି ବାକ ଏବଂ ଆଇଓସିରେ ଥିବା ମୋର ସମସ୍ତ ସହକର୍ମୀଙ୍କୁ ମୋ ଉପରେ ବିଶ୍ୱାସ ଏବଂ ଭରସା ରଖିଥିବାରୁ ଧନ୍ୟବାଦ ଜଣାଉଛି । ଏହି ପୁନଃ ନିର୍ବାଚନ କେବଳ ମୋ ପାଇଁ ଏକ ବ୍ୟକ୍ତିଗତ ମାଇଲଖୁଣ୍ଟ ନୁହେଁ, ବରଂ ବିଶ୍ୱ କ୍ରୀଡ଼ା କ୍ଷେତ୍ରରେ ଭାରତର ବଢୁଥିବା ପ୍ରଭାବକୁ ମଧ୍ୟ ଦର୍ଶାଉଛି । ମୁଁ ପ୍ରତିଟି ଭାରତୀୟଙ୍କ ସହିତ ଏହି ଖୁସି ଓ ଗର୍ବର ମୁହୂର୍ତ୍ତ ବାଣ୍ଟିବା ସହ ଭାରତ ଏବଂ ସାରା ଦୁନିଆରେ ଅଲିମ୍ପିକ ଆନ୍ଦୋଳନକୁ ଆହୁରି ମଜଭୁତ କରିବା ପାଇଁ ତତ୍ପର ରହିଛି ।

ସୂଚନାଯୋଗ୍ୟ, ନୀତା ଅମ୍ବାନୀଙ୍କ ନେତୃତ୍ୱରେ ଭାରତ ୪୦ ବର୍ଷ ଅପେକ୍ଷା ପରେ ଆଇଓସିର ବାର୍ଷିକ ବୈଠକ ଆୟୋଜନ କରିଥିଲା । ୨୦୨୩ ମସିହାରେ ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ ଏହା ସଫଳତାର ସହିତ ଆୟୋଜିତ କରାଯାଇଥିଲା । ପ୍ରଥମ ଥର ପାଇଁ ନୀତା ଅମ୍ବାନୀଙ୍କ ନେତୃତ୍ୱରେ ଅଲିମ୍ପିକ୍ସରେ ଇଣ୍ଡିଆ ହାଉସ୍ ନିର୍ମାଣ କରାଯାଇଛି । ଯାହା ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତୀୟ ଖେଳାଳି, ସମର୍ଥକ ଏବଂ ଦର୍ଶକଙ୍କ ପାଇଁ ଉପଯୋଗୀ ସାବ୍ୟସ୍ତ ହେବ।
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications