ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୭୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୭୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୧ ଜଣ ପଜିଟିଭ ରହିଛନ୍ତି ।

odisha corona cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୧୧ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍‌ରୁ ୪୫ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୮୮୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୫୯୧୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୫୮୫୧୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସେପଟେ ଆଜି ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୧୨ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କେନ୍ଦୁଝର, ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+