ଆଜିଠୁ ପ୍ରବାସୀ ଭାରତୀୟ ସମ୍ମେଳନ; ସ୍ୱାଗତ ପାଇଁ ଜନତା ମଇଦାନ ପ୍ରସ୍ତୁତ
ଆଜିଠୁ ଭୁବନେଶ୍ୱର ଜନତା ମଇଦାନରେ ଆରମ୍ଭ ହେଉଛି ପ୍ରବାସୀ ଭାରତୀୟ ସମ୍ମେଳନ । ପ୍ରବାସୀଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ଜନତା ମଇଦାନ। ଆଜି ଯୁବ ସମାବେଶରୁ ଆରମ୍ଭ ହେବ ୩ ଦିନିଆ ସମ୍ମିଳନୀ। ଯାହାକୁ ସମ୍ବୋଧନ କରିବେ ବୈଦେଶିକ ବ୍ୟାପାର ଏବଂ ଯୁବ ବ୍ୟାପାର ମନ୍ତ୍ରୀଙ୍କ ସହ ଓଡ଼ିଶାର ମୁଖ୍ୟମନ୍ତ୍ରୀ।
ପରେ ଓଡ଼ିଶାରେ ପୁଞ୍ଜି ବିନିଯୋଗ ସମ୍ଭାବନା ନେଇ ହେବ ଆଲୋଚନା। ଆସନ୍ତାକାଲି ଆନୁଷ୍ଠାନିକ ଭାବେ ସମ୍ମେଳନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହାପରେ ବିକଶିତ ଭାରତ ୨୦୪୭ ସଂପର୍କରେ ପ୍ରବାସୀଙ୍କ ସହ ଆଲୋଚନା କରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

ବିଭିନ୍ନ ପ୍ଲେନାରୀ ସେସନରେ ଦେଶର ବିଶେଷ ବ୍ୟକ୍ତି ବିଶେଷମାନେ ପ୍ରବାସୀଙ୍କ ସହ ଆଲୋଚନା କରିବେ। ଶେଷ ଦିନରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କର ମଧ୍ୟ ଏକ ସେସନ ରହିବ। ପ୍ରତି ସନ୍ଧ୍ୟାରେ ଆୟୋଜିତ ହେବ ସାଂସ୍କୃତିକ କାର୍ଯ୍ୟକ୍ରମ। କାର୍ଯ୍ୟକ୍ରମରେ ଯୋଗଦେବାକୁ ୭୦ରୁ ଅଧିକ ଦେଶରୁ ଆସିଛନ୍ତି ମୂଳ ପ୍ରବାସୀ ଭାରତୀୟ। ସେମାନେ ଯାଜପୁର, କଟକ, ଭୁବନେଶ୍ୱର ଏବଂ ପୁରୀର ୨୧ଟି ପର୍ଯ୍ୟଟନ ସ୍ଥଳୀ ବୁଲିବେ। ଡବଲ ଡେକର୍ ବସ୍ରେ ବସି ରାଜ୍ୟର ୨୧ଟି ପର୍ଯ୍ୟଟନ ସ୍ଥଳୀ ବୁଲିବେ ପ୍ରବାସୀ ଭାରତୀୟ।












Click it and Unblock the Notifications