Get Updates
Get notified of breaking news, exclusive insights, and must-see stories!

ପ୍ରଥମ ଓଡିଆ ଭାବେ ପ୍ରମୋଦ ଭଗତ ପାଇବେ ‘ଖେଳରତ୍ନ’ ପୁରସ୍କାର

ପାରାଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ଓଡ଼ିଆ ପୁଅ ପ୍ରମୋଦ ଭଗତ ପାଇବେ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ମେଜର ଧ୍ୟାନ ଚାନ୍ଦ ‘ଖେଳ ରତ୍ନ’ ପୁରସ୍କାର। ପ୍ରଥମ ଓଡିଆ ଭାବେ ପ୍ରମୋଦ ଭଗତ ପାଇବେ ଖେଳରତ୍ନ ପୁରସ୍କାର ।

ନୂଆଦିଲ୍ଲୀ: ପାରାଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ଓଡ଼ିଆ ପୁଅ ପ୍ରମୋଦ ଭଗତ ପାଇବେ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ମେଜର ଧ୍ୟାନ ଚାନ୍ଦ 'ଖେଳ ରତ୍ନ' ପୁରସ୍କାର। ପ୍ରଥମ ଓଡିଆ ଭାବେ ପ୍ରମୋଦ ଭଗତ ପାଇବେ ଖେଳରତ୍ନ ପୁରସ୍କାର । ପ୍ରମୋଦଙ୍କ ସହ ମୋଟ ୧୨ ଜଣଙ୍କ ପାଇବେ ଏହି ସମ୍ମାନ ଜନକ ପୁରସ୍କାର । ନଭେମ୍ବର ୧୩ ତାରିଖରେ ନୂଆଦିଲ୍ଲୀରେ ଅଲମ୍ପିଆନ ମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ । ଏ ନେଇ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି।

Pramod Bhagat

ସୂଚନାଥାଉ କି, ଗତ ବୁଧବାର ଜାତୀୟ କ୍ରୀଡ଼ା ପୁରସ୍କାର କମିଟି ପ୍ରମୋଦ ନାଁ 'ଖେଳ ରତ୍ନ' ପାଇଁ ସୁପାରିସ୍ କରିଥିଲା। ଆଉ ଆଜି କ୍ରୀଡ଼ା ମନ୍ତ୍ରଣାଳୟ ଏଥିରେ ମୋହର୍ ମାରିଛି। ସେହିପରି ଓଡ଼ିଆ ହକି ଷ୍ଟାର୍ ବୀରେନ୍ଦ୍ର ଲାକ୍ରା ଓ ଅମିତ୍ ରୋହିଦାସ ଅର୍ଜୁନ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି।

ପ୍ରମୋଦଙ୍କ ବ୍ୟତୀତ 'ଖେଳ ରତ୍ନ' ପାଇବାକୁ ଥିବା ଅନ୍ୟ କ୍ରୀଡ଼ାବିତ୍ ମାନେ ହେଲେ ଟୋକିଓ ଅଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ନୀରଜ ଚୋପ୍ରା, ରେସଲର୍ ରବି ଦାହିୟା, ଭାରତୀୟ ହକି ଦଳର ଗୋଲକିପର ପିଆର୍ ଶ୍ରୀଜେଶ, ଭାରତୀୟ ପୁରୁଷ ହକି ଟିମ୍ କ୍ୟାପଟେନ୍ ମନପ୍ରୀତ ସିଂହ, ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ମହିଳା ବକ୍ସର ଲଭଲିନ୍ ବୋର୍ଗୋହେନ୍, ଫୁଟବଲର ସୁନୀଲ ଛେତ୍ରୀ, ମହିଳା କ୍ରିକେଟର୍ ମିତାଲୀ ରାଜ, ଆଥଲେଟ୍ ସୁମିତ୍ ଅନ୍ତିଲ୍, ପାରା ଶୁଟର୍ ଅବନୀ ଲେଖରା, ପାରା ବ୍ୟାଡମିଣ୍ଟନ୍ ଖେଳାଳି କ୍ରିଷ୍ଣା ନାଗର ଓ ପାରା ଶୁଟର୍ ଏମ୍ ନରୱାଲ୍।

ଚଳିତଥର ମୋଟ ୩୫ ଜଣଙ୍କୁ ଅର୍ଜୁନ ପୁରସ୍କାର ପ୍ରଦାନ କରାଯିବ। ପାରା ଟେବୁଲ୍ ଟେନିସ୍ ଷ୍ଟାର୍ ଭାବିନା ପଟେଲ୍, ପାରା ଆର୍ଚର୍ ହରବିନ୍ଦର ସିଂହ ଅର୍ଜୁନ ପୁରସ୍କାରରେ ସମ୍ମାନିତ ହେବେ। ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ପୁରୁଷ ହକି ଟିମର ୧୬ ଜଣ ଖେଳାଳି ଅର୍ଜୁନ ପୁରସ୍କାରରେ ସମ୍ମାନିତ ହେବେ। ହକି ଖେଳାଳିଙ୍କ ମଧ୍ୟରେ ଓଡ଼ିଶାର ବୀରେନ୍ଦ୍ର ଲାକ୍ରା ଓ ଅମିତ୍ ରୋହିଦାସ ରହିଛନ୍ତି। ସେହିପରି ଚଳିତ ବର୍ଷ ୧୦ ଜଣଙ୍କୁ ଦ୍ରୋଣାଚାର୍ଯ୍ୟ ପୁରସ୍କାର, ୫ ଜଣଙ୍କୁ ଧ୍ୟାନ ଚାନ୍ଦ ଲାଇଫ୍ ଟାଇମ୍ ଆଚିମେଣ୍ଟ ପୁରସ୍କାରରେ ସମ୍ମାନିତ କରାଯିବ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+