ROHIT SHARMA: ODIରୁ ଅବସର ନେଇ ବଡ କଥା କହିଲେ ରୋହିତ
12ବର୍ଷ ପରେ ପୁଣି ଥରେ ଆଇସିସି ଚାମ୍ପିଅନ୍ସ ଟ୍ରଫି ଭାରତକୁ ଆସିଛି । ଏକ ମାତ୍ର ଦଳ ଭାବେ 3 ଥର ଚାମ୍ପିଅନ୍ସ ଟ୍ରଫି ଜିତି ଇତିହାସ ରଚିଛି ଟିମ୍ ଇଣ୍ଡିଆ ।
ରୋହିତ ସେନାର ବିଜୟ ଉତ୍ସବକୁ ମନାଉଛନ୍ତି 140 କୋଟି ଭାରତୀୟ । ଟିମ୍ ଇଣ୍ଡିଆର ବିଜୟ ପାଇଁ ରୋହିତଙ୍କ ଅଧିନାୟକତ୍ବକୁ ଯେତିକି ପ୍ରଶଂସା କଲେ ମଧ୍ୟ କମ୍ ପଡିବ । ଭାରତୀୟ ଦଳର ବିଜୟ ପରେ ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଯେଉଁ ଚର୍ଚ୍ଚା ହେଉଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡିଛି । ବର୍ତ୍ତମାନ ଦିନିକିଆକୁ ଅବସର ନେବେ ନାହିଁ ବୋଲି ରୋହିତ କହିଛନ୍ତି ।
ମ୍ୟାଚ ଶେଷ ହେବା ପରେ ସାମ୍ବାଦିକ ସମ୍ମିଳନୀରେ ରୋହିତ କହିଥିଲେ, '' ମୁଁ ସମସ୍ତଙ୍କୁ ସ୍ପଷ୍ଟ କରିବାକୁ ଚାହୁଁଛି, ମୁଁ ଅବସର ନେଉନାହିଁ । ଦୟାକରି କେହି କୌଣସି ଗୁଜବ ପ୍ରଚାର କରନ୍ତୁ ନାହିଁ ।'' ଚାମ୍ପିଅନ୍ସ ଟ୍ରଫି ଫାଇନାଲ ଶେଷ ହେବା ପରେ ରୋହିତ ଦିନିକିଆରୁ ଅବସର ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା । ଯାହାକୁ ନେଇ ଫ୍ୟାନ୍ସ ମଧ୍ୟ ବ୍ୟସ୍ତ ବିବ୍ରତ ହୋଇପଡିଥିଲେ । କାହିଁକିନା ଟି 20 ବିଶ୍ବକପ ଭାରତ ଜିତିବା ପରେ ରୋହିତ ସେହି ଫର୍ମାଟରୁ ଅବସର ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଇଥିଲେ ।

ଐତିହାସିକ ବିଜୟ ସହିତ ନିଜ ନାମରେ ନୂଆ ରେକର୍ଡ କରିଛନ୍ତି ରୋହିତ । ସେ ବିଶ୍ୱର ଏକମାତ୍ର ଅଧିନାୟକ ଯିଏ ତାଙ୍କ ଦଳକୁ ସମସ୍ତ ICC ଟୁର୍ଣ୍ଣାମେଣ୍ଟର ଫାଇନାଲରେ ପହଞ୍ଚାଇଛନ୍ତି । ପ୍ରଥମ ଭାରତୀୟ ଅଧିନାୟକ ଭାବେ ଦଳକୁ କ୍ରମାଗତ ଭାବରେ 4ଟି ଆଇସିସି ଟୁର୍ଣ୍ଣାମେଣ୍ଟରେ ଫାଇନାଲରେ ପହଞ୍ଚାଇଛନ୍ତି । 2ଟିରେ ଭାରତ ଟ୍ରଫି ହାତେଇଥିବା ବେଳେ 2ଟିରେ ରନରଅଫ ରହିଛି ଏମଏସ ଧୋନିଙ୍କ ପରେ ଭାରତକୁ ଦୁଇଟି ICC ଟାଇଟଲ ଜିତିବାରେ ଦ୍ୱିତୀୟ ଭାରତୀୟ ଅଧିନାୟକ ହୋଇଛନ୍ତି ରୋହିତ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications