ବାରବାଟୀରେ ଇଂଲଣ୍ଡକୁ ଧୂଳି ଚଟାଇଲା ଟିମ୍ ଇଣ୍ଡିଆ, ଦ୍ୱିତୀୟ ଦିନିକିଆରେ ଭାରତର ସାନଦାର ବିଜୟ
ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ୨ୟ ମ୍ୟାଚ୍ ଖେଳାଯାଇଛି। ଏହି ମ୍ୟାଚ୍ରେ ଘରୋଇ ଦଳ ୪ ୱିକେଟ୍ରେ ବିଜୟୀ ହୋଇଛି। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ବରେ ଭାରତ ବାରବାଟୀ ଦିନିକିଆ ଜିତିବା ସହିତ ଶୃଙ୍ଖଳାକୁ ଅକ୍ତିଆର କରିଛି। ଭାରତ ଏହି ୩ ମ୍ୟାଚ୍ ବିଶିଷ୍ଟ ଶୃଙ୍ଖଳାରେ ୨-୦ରେ ଅଗ୍ରଣୀ ରହିଛି।

ଭାରତ ପ୍ରଥମ ମ୍ୟାଚ୍ରେ ଇଂଲଣ୍ଡକୁ ନାଗପୁରରେ ୪ ୱିକେଟ୍ରେ ପରାସ୍ତ କରିଥିଲା। ବାରବାଟୀରେ ଧୂଆଁଧାର ପାଳି ଖେଳି ଶତକ ହାସଲ କରିଛନ୍ତି କ୍ୟାପ୍ଟେନ୍ ରୋହିତ ଶର୍ମା । ସେ ୯୦ ବଲ୍ ଖେଳି ୧୧୯ ରନ୍ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶୁଭମନ ଗିଲ ୬୦ ରନ୍ କରିଥିବା ବେଳେ ଆୟର ୪୪ ରନ୍ କରିଥିଲେ । ଚଳିତ ଶୃଙ୍ଖଳାର ଅନ୍ତିମ ମ୍ୟାଚ୍ ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ଖେଳାଯିବ।












Click it and Unblock the Notifications