ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା; ସେପ୍ଟେମ୍ବର ୧୭ରୁ ଆରମ୍ଭ ହେବ ସୁଭଦ୍ରା ଯୋଜନା
ଆସନ୍ତା ସେପ୍ଟେମ୍ବର ୧୭ତାରିଖରୁ ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ନିମନ୍ତେ ନିଷ୍ପତ୍ତି ନେଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ତାରିଖରେ ହୋଇଥିବାରୁ ଉକ୍ତଦିନ ହିଁ ରାଜ୍ୟ ସରକାର 'ସୁଭଦ୍ରା' ଯୋଜନାକୁ କାର୍ଯ୍ୟକାରୀ କରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ଏହାରି ଭିତରେ ଦିଲ୍ଲୀଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି କି ସେପ୍ଟେମ୍ବର ୧୭ ତାରିଖରୁ ସୁଭଦ୍ରା ଯୋଜନା ଲାଗୁହେବ । ଦିଲ୍ଲୀରେ ପ୍ରବାସୀ ଓଡ଼ିଆମାନଙ୍କୁ ସମ୍ବୋଧନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ବଡ ଘୋଷଣା କରିଛନ୍ତି । ସେପ୍ଟେମ୍ବର ୧୭ ତାରିଖ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ । ଏହି ଅବସରରେ ରାଜ୍ୟର ମହିଳାମାନଙ୍କ ପାଇଁ ନିର୍ବାଚନ ବେଳେ ବିଜେପି ଘୋଷଣା କରିଥିବା ସୁଭଦ୍ରା ଯୋଜନା ଲାଗୁ କରାଯିବ ।
ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଆସିବେ । ଏହି ଦିନ ୫ ଲକ୍ଷ ମହିଳାଙ୍କୁ ପ୍ରଧାନମନ୍ତ୍ରୀ ନିଜ ହାତରେ ସୁଭଦ୍ରା ଯୋଜନାର ଗିଫ୍ଟ ଭାଉଚର ବଣ୍ଟନ କରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି ।

ଏହାସହିତ ରାଜ୍ୟର ବିଜେପି ସରକାର ନିଜର ପ୍ରତିଶ୍ରୁତି ମୁତାବକ ଆସନ୍ତା ଖରିଫ ଋତୁରୁ ଧାନର ଏମଏସପି ୩୧୦୦ଟଙ୍କା କ୍ୱିଣ୍ଟାଲ ପିଛା ଦେବ ବୋଲି ଶ୍ରୀ ମାଝୀ କହିଛନ୍ତି । କେନ୍ଦ୍ର ସରକାର ଏବେ ଧାନର କ୍ୱିଣ୍ଟାଲ ଏମଏସପି ୨୩୦୦ଟଙ୍କା ଦେବେ ଓ ବାକି ୮୦୦ଟଙ୍କା ରାଜ୍ୟ ସରକାର ଉଭୟ ଖରିଫ ଓ ଋବି ଋତୁରେ ଚାଷୀଙ୍କୁ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟ ସରକାର ନିଜର ୧୦୦ଦିନର କାର୍ଯ୍ୟକ୍ରମରେ ସୁଭ୍ରଦା ଯୋଜନା ଓ ଚାଷୀଙ୍କୁ ୩୧୦୦ଟଙ୍କାର ଏମଏସପି ଦେବାକୁ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ।












Click it and Unblock the Notifications