T20 World Cup 2024: ବାଂଲାଦେଶକୁ ୫୦ ରନରେ ହରାଇଲା ଭାରତ, ସେମି ପାଇଁ ସ୍ଥାନ ପକ୍କା !

ଆଣ୍ଟିଗୁଆ: ଟି୨୦ ବିଶ୍ୱକପର ସୁପର୍‌-୮ରେ ଭାରତର ଏକତରଫା ବିଜୟ । ବାଂଲାଦେଶ ବିପକ୍ଷ ମ୍ୟାଚ୍‌କୁ ୫୦ ରନରେ ଜିତି କ୍ରମାଗତ ବିଜୟ ହାସଲ କରିଛି ଭାରତ । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ବଳରେ ଦଳ ୨୦ ଓଭରରେ ୫ ଉଇକେଟ ହରାଇ ୧୯୬ ରନ୍‌ କରିଥିଲା।

ତେବେ ଜବାବରେ ବାଂଲାଦେଶ ୨୦ ଓଭରରେ ୮ ଉଇକେଟ ହରାଇ ୧୪୬ ରନ୍‌ କରିଥିଲା।

ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପକ୍ଷରୁ ରୋହିତ ଶର୍ମା(୨୩) ଓ ବିରାଟ କୋହଲି(୩୭) ପ୍ରଥମ ଉଇକେଟରେ ୩୯ ରନ୍‌ ଯୋଡିଥିଲେ । ୩ ନମ୍ବରରେ ବ୍ୟାଟିଂ କରିଥିବା ରିଷଭ ପନ୍ତ ୩୬ ରନ୍‌ କରିଥିଲେ । ଶିବମ ଦୁବେ କ୍ରିଜ୍‌ରେ ଯୋଗ ଦେଇ ୨୪ ବଲ୍‌ରୁ ୩୪ ରନ୍‌ କରି ଆଉଟ ହୋଇଥିଲେ ।

India beat Bangladesh

ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା୨୭ ବଲ୍‌ ଖେଳି ୫୦ ରନ୍‌ କରିବା ସହ ଶେଷ ଯାଏ ଅପରାଜିତ ରହିଥିଲେ । ହାର୍ଦ୍ଦିକଙ୍କ ଇନିଂସରେ ୪ ଚୌକା ଓ ୩ ଛକା ସାମିଲ ଥିଲା । ବାଂଲାଦେଶ ପକ୍ଷରୁ ତାଞ୍ଜିମ ହସନ ଶକିବ ଓ ରିଶଦ ହୋସେନ୍‌ ୨ଟି ଲେଖାଏ, ଶାକିବ ଅଲ ହସନ ଗୋଟିଏ ଉଇକେଟ ନେଇଥିଲେ । ୧୯୭ ରନ୍‌ ଲକ୍ଷ୍ୟରେ ବାଂଲାଦେଶ ପ୍ରଥମ ୪ ଓଭରରେ ୩୫ ରନ୍‌ କରିଥିଲା । ପଞ୍ଚମ ଓଭରରେ ଲିଟନ ଦାସ(୧୩)ଙ୍କୁ ଆଉଟ କରି ପ୍ରଥମ ବ୍ରେକ୍‌ ଥ୍ରୁ ପ୍ରଦାନ କରିଥିଲେ ହାର୍ଦ୍ଦିକ ପାଣ୍ଡ୍ୟା ।

ବାଂଲାଦେଶ ପକ୍ଷରୁ ଅଧିନାୟକ ନଜମୁଲ ହୋସେନ ଶନ୍ତୋ ୪୦, ତାଞ୍ଜିଦ ହସନ ୨୯ ଓ ରିଶଦ ହୋସେନ ୨୪ ରନ୍‌ କରିଥିଲେ । ଗୋଟିଏ ପଟରୁ ଯଶପ୍ରୀତ୍‌ ବୁମ୍‌ରା କଞ୍ଜୁସ ବୋଲିଯ କରୁଥିବା ବେଳେ କୁଲଦୀପ ଯାଦବଙ୍କ ସ୍ପିନ ଯାଦୁ ଦେଖିବାକୁ ମିଳିଥିଲା। ମାତ୍ର ୧୯ ରନ୍‌ ଦେଇ କୁଲଦୀପ ୩ ବାଂଲାଦେଶୀ ବ୍ୟାଟରଙ୍କୁ ସେ ଆଉଟ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଯଶପ୍ରୀତ ବୁମ୍‌ରା ଓ ଅର୍ଶଦୀପ ସିଂ ଦୁଇଟି ଲେଖାଏ, ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ଉଇକେଟ ନେଇଥିଲେ । ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ହାର୍ଦ୍ଦିକଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଘୋଷଣା କରାଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+