Virat Kohli: ୭ମ ଭାରତୀୟ ଭାବେ ୩୦୦ ଦିନିକିଆ ମ୍ୟାଚ ଖେଳିଲେ ବିରାଟ କୋହଲି
ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଗ୍ରୁପ୍ 'ଏ' ଶେଷ ମ୍ୟାଚ୍ ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମ୍ୟାଚ୍ ଖେଳାଯାଉଛି ।
ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି । ଫଳରେ ଟିମ୍ ଇଣ୍ଡିଆ ବ୍ୟାଟିଂ ଆରମ୍ଭ କରିଛି । ତେବେ ଏହି ମ୍ୟାଚ ମାଧ୍ୟମରେ ବିରାଟ କୋହଲି ଆଉ ଏକ ମାଇଲଷ୍ଟୋନ ଅତିକ୍ରମ କରିଛନ୍ତି । ସେ ଦିନିକିଆରେ ୩୦୦ ଦିନିକିଆ ମ୍ୟାଚ ଖେଳିଥିବା ସପ୍ତମ ଭାରତୀୟ ହୋଇଛନ୍ତି ।
ମ୍ୟାଚ୍ରେ ବିରାଟ କୋହଲି ତାଙ୍କର ୩୦୦ତମ ଏକଦିବସୀୟ ମ୍ୟାଚ୍ ଖେଳିଛନ୍ତି। ଏହା ସହିତ ସେ ୩୦୦ ଦିନିକିଆ କ୍ଲବ୍ରେ ଯୋଗଦେଇଛନ୍ତି । ତାଙ୍କ ପୂର୍ବରୁ କେବଳ ସଚିନ ତେନ୍ଦୁଲକର, ଏମଏସ ଧୋନି, ମହମ୍ମଦ ଆଝାରୁଦ୍ଦିନ, ରାହୁଲ ଦ୍ରାବିଡ, ସୌରଭ ଗାଙ୍ଗୁଲି ଏବଂ ଯୁବରାଜ ସିଂହ ଏହି ସଫଳତା ହାସଲ କରିପାରିଥିଲେ। ଏପର୍ଯ୍ୟନ୍ତ, ବିରାଟ ତାଙ୍କ ଏକଦିବସୀୟ କ୍ୟାରିୟରରେ ୨୯୯ଟି ମ୍ୟାଚ୍ ଖେଳିଛନ୍ତି ଏବଂ ୫୮.୨୦ର ପ୍ରଭାବଶାଳୀ ହାରରେ ୧୪,୦୮୫ ରନ୍ କରିଛନ୍ତି ।

ଏହି ରେକର୍ଡ ସହିତ, କୋହଲି ଭାରତୀୟ କ୍ରିକେଟରେ ୧୦୦ ଟେଷ୍ଟ, ୧୦୦ ଟି-୨୦ ଏବଂ ୩୦୦ ଦିନିକିଆ ଖେଳିଥିବା କିଛି ବଛା ବଛା ଖେଳାଳିଙ୍କ ଗୋଷ୍ଠୀରେ ସାମିଲ ହୋଇଛନ୍ତି । ବିରାଟ କୋହଲି ଏକଦିବସୀୟ କ୍ୟାରିୟରରେ ଏପର୍ଯ୍ୟନ୍ତ ଅନେକ ଐତିହାସିକ ଇନିଂସ ଖେଳିଛନ୍ତି ଏବଂ ଭାରତକୁ ଏକ ବଡ଼ ବିଜୟ ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ।
ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଗ୍ରୁପ୍ 'ଏ' ଶେଷ ମ୍ୟାଚ୍ ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମ୍ୟାଚ୍ ଖେଳାଯାଉଛି । ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି । ଫଳରେ ଟିମ୍ ଇଣ୍ଡିଆ ବ୍ୟାଟିଂ ଆରମ୍ଭ କରିଛି ।
-
୩୧ ରାଜ୍ୟସଭା ସାଂସଦ କୋଟିପତି -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ହଠାତ୍ ଆମେରିକାର ଚିନ୍ତା ବଢାଇ ଦେଲା ଇରାନ, ଡିଏଗୋ ଗାର୍ସିଆ' ଉପରେ ଇରାନର କ୍ଷେପଣାସ୍ତ୍ର ମାଡ଼ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
ବନ୍ଦ ହେବ ଇରାନ ଆମେରିକା ଯୁଦ୍ଧ, ସଙ୍କେତ ଦେଲେ ଆମେରିକା ରାଷ୍ଟ୍ରପତି -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଚିଠି ଗୋଟେ ଅଫିସରୁ ବସି ଟାଇପ୍ ହୋଇଛି, ଏମାନେ ଦସ୍ତଖତ କରିଛନ୍ତି ; ପ୍ରମିଳା ମଲ୍ଲିକ -
ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା










Click it and Unblock the Notifications