ଦକ୍ଷିଣ ଆଫ୍ରିକାକୁ ୨୯୯ ଟାର୍ଗେଟ୍ ଦେଲା ଭାରତ
ଫାଇନାଲରେ ଭାରତର ଧୁଆଁଧାର ବ୍ୟାଟିଙ୍ଗ। ଦକ୍ଷିଣ ଆଫ୍ରିକା ଦଳକୁ ୨୯୯ ରନର ଟାର୍ଗଟ ଦେଲା ଭାରତ। କାମ କଲାନି ବିପକ୍ଷ ଦଳର ବୋଲିଙ୍ଗ। ମଇଦାନରେ ଛକା ଓ ଚଉକା ମାରିଲେ ଭାରତୀୟ ମହିଳା ଖେଳାଳି। ଆଜି ନବି ମୁମ୍ବାଇରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଫାଇନାଲ ଲଢେଇ ଖେଳାଯାଉଛି। ବର୍ଷା କାରଣରୁ ପ୍ରଥମେ କିଛି ସମୟ ପାଇଁ ମ୍ୟାଚ ବାଧାପ୍ରାପ୍ତ ହୋଇଥିଲେ ମଧ୍ୟ ପରେ ଟସ ପଡିଥିଲା ଓ ଖେଳ ଆରମ୍ଭ ହୋଇଥିଲା। ଦକ୍ଷିଣ ଆଫ୍ରିକା ଟସ ଜିତି ବୋଲିଙ୍ଗ କରିବାର ନିଷ୍ପତ୍ତି ନେଇଥିଲା ।

ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପାଇଁ ଦୁଇ ଓପନର ସ୍ମୃତି ମାନ୍ଧାନା ଓ ଶେଫାଳି ବର୍ମା ପ୍ରଥମ ଓ୍ବିକେଟରେ ୧୦୪ ରନ କରି ଏକ ଭଲ ମୂଳଦୁଆ ସ୍ଥାପନ କରିଥିଲେ । ସ୍ମୃତି ୪୫ ରନ କରିଥିବାବେଳେ ଶେଫାଳି ୮୭ ରନ କରିଥିଲେ । ତେବେ ସେମିଫାଇନାଲରେ ମ୍ୟାଚ ବିଜୟୀ ଇନିଂସ ଖେଳିଥିବା ଜେମିମା ଆଜି ମାତ୍ର ୨୪ ରନ କରି ପାଭିଲିୟନ ଫେରିଥିଲେ । ତେବେ ମଧ୍ୟକ୍ରମରେ ଦିପ୍ତି ଶର୍ମା ୫୮ ରନର ଏକ ଭଲ ଇନିଂସ ଖେଳିଥିଲେ ।
ଅଧିନାୟିକା ହରମନପ୍ରିତ କୌର ୨୦ ରନ ଓ ରିଚା ଘୋଷ ୩୪ ରନ କରିଥିଲେ । ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୭ ଓ୍ବିକେଟ ହରାଇ ୨୯୮ ରନ କରିଥିଲା । ବର୍ଷା ଯୋଗୁଁ ମ୍ୟାଚ ବିଳମ୍ବରେ ଆରମ୍ଭ ହୋଇଥିଲେ ବି ଓଭର କଟାଯାଇନଥିଲା । ଦକ୍ଷିଣ ଆଫ୍ରିକା ପକ୍ଷରୁ ଆୟୋବୋଙ୍ଗା ଖାକା ୩ଟି ଓ୍ବିକେଟ ନେଇଥିଲେ । ସେହିପରି ନନ୍କୁଲୁଲେକୋ ମ୍ଲାବା, ନାଡାଇନ ଡିକ୍ଲର୍କ, ଛ୍ଲୋଏ ଟ୍ରାୟନ ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ ।












Click it and Unblock the Notifications